ମୁଖ୍ୟ ଖବର ବଦଳିଲେ ନିର୍ବାହୀ ଅଧିକାରିଣୀ Angul OnlineSeptember 21, 2022September 21, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୌରପାଳିକାର ନିର୍ବାହୀ ଅଧିକାରିଣୀ ରଶ୍ମି ରେଖା ଅମାନ୍ତଙ୍କର ବଦଳି ହୋଇଛି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ହୋଇଥିବା ଚିଠି ଅନୁସାରେ ରଶ୍ମି ରେଖା ଅମାନ୍ତଙ୍କୁ ତାଳଚେରରୁ ବଦଳି କରା ଯାଇ ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ନିର୍ବାହୀ ଅଧିକାରୀ ଭାବେ ଯୋଗ ଦେବାକୁ ନିର୍ଦେଶ ଦିଆ ଯାଇଛି । ତେବେ ବର୍ତ୍ତମାନ ତାଳଚେର ପୌରପାଳିକା ନିର୍ବାହୀ ଅଧିକାରୀ ଭାବେ କାହାକୁ ଦାୟିତ୍ୱ ଦିଆ ଯାଇ ନାହିଁ । ଏଠାରେ ସୂଚନା ଯୋଗ୍ୟ ଯେ କୋଭିଡ ମହାମାରୀ ସମୟରେ ରଶ୍ମି ରେଖା ତାଳଚେର ପୌରପାଳିକାରେ ଯୋଗ ଦେଇ ବେଶ ପ୍ରଶଂସନୀୟ କାର୍ଯ୍ୟ କରିଥିଲେ । ତେବେ ଗତ ପୌରପାଳିକାର ସ୍ୱାୟତ ଶାସନ ଦିବସରେ ବିଜେଡିର କାଉନସିଲର ମାନେ ଅନୁପସ୍ଥିତ ରହିବା ସହ ତାଙ୍କୁ ନିର୍ବାହୀ ଅଧିକାରିଣୀ ଅବହେଳା କରୁଥିବା କଥା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ । ଏହି ଘଟଣା ଜିଲ୍ଲାରେ ବେଶ ଚର୍ଚ୍ଚାର ବିଷୟ ପାଲଟିଥିଲା । Advertisement
ଭଉଣୀକୁ ହତ୍ୟା ଘଟଣାରେ ଭାଇ ସମେତ ତିନି ଗିରଫ ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଲଙ୍ଗୁଳିଆବେଡ଼ା ଗ୍ରାମରେ ଘର ସମ୍ପତ୍ତିରେ ଭାଗକୁ ନେଇ ଭଉଣୀକୁ ହତ୍ୟା ଘଟଣାରେ ପୁଲିସ ଅଭିଯୁକ୍ତ ଭାଇ ସମେତ…
ହାତୀ ଘଉଡାଇବା ହେଲା କାଳ – କଚାଡି ଦେଲା ଦନ୍ତା ପାଲଲହଡା – ହାତୀ ଘଉଡ଼େଇବା ହେଲା କାଳ ! ଦନ୍ତା ହାତୀ ଆକ୍ରମଣ ରେ ଯୁବକ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପାଲଲହଡ଼ା…
ଚାକିରି ଦେବାକୁ ନାଲକୋ ଅମଙ୍ଗ – ଆରପିଡ଼ିଏସି ସ୍ଥଗିତ ଅନୁଗୁଳ – ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳେଇଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦାରେ ହେବାକୁ ଥିବା ଉତ୍କଳ ଡି ଓ…