ମୁଖ୍ୟ ଖବର ଦୁର୍ଘଟଣାରେ ଭିନ୍ନକ୍ଷମ ଯୁବକଙ୍କ ମୃତ୍ୟୁ Angul OnlineSeptember 21, 2022September 21, 2022 ଅନୁଗୁଳ – ଅନୁଗୁଳ ସଦର ଥାନା ଅନ୍ତର୍ଗତ ଶରଧାପୁର ଗାଁର ତନ୍ମୟ ସାହୁଙ୍କର ବୁଧବାର ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ସେ ତାଙ୍କ ମୋଟରସାଇକେଲରେ ଘରୁ ବାହାରି ଯାଉଥିବା ବେଳେ ଭାଲୁଖାଇ ନିକଟରେ ପୋଲରେ ଭାରସାମ୍ୟ ହରାଇ ପିଟି ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ନିଆ ଯାଉଥିଲା । ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ତନ୍ମୟ କଥା କହି ପାରୁ ନଥିଲେ ମଧ୍ୟ ତାଙ୍କ ଆଚାର ଓ ବ୍ୟବହାର ଯୋଗୁଁ ଅନେକ ଲୋକଙ୍କ ପାଖରେ ବେଶ ପରିଚିତ ଥିଲେ । ତାଙ୍କର ଏଭଳି ଆକସ୍ମିକ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ତେବେ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଥାନା ଅଧିକାରୀ ସତ୍ୟବ୍ରତ ରାଉତ କହିଛନ୍ତ । କିନ୍ତୁ ଦୁର୍ଘଟଣା ଖବର ରହିଛି । ଦୁର୍ଘଟଣାର ଶୀକାର ହୋଇଥିବା ଯୁବକଙ୍କର କଟକରେ ମୃତ୍ୟୁ ହୋଇଥିବା ଖବର ଆସିଥିବା ସେ କହିଛନ୍ତି । Advertisement
ହାତୀ ନେଲା ଆଉ ଏକ ଜୀବନ ଅନୁଗୁଳ = ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଆଉ ଜଣଙ୍କ ଜୀବନ ଯାଇଛି । ଶୁକ୍ରବାର ସନ୍ଧ୍ୟାରେ ହାତୀ ଆକ୍ରମଣରେ ଲଙ୍ଗୁଳିଆବେଡା ଗାଁରେ ହାତୀ ଆକ୍ରମଣ…
ବର୍ଷକୁ ୬୦ ହଜାର ଲୋକ ସାପ କାମୁଡାରେ ମୃତ୍ଯୁ ମୁଖରେ ପଡୁଛନ୍ତି – ଡା. ପି ଗୌରୀ ଶଙ୍କର ଅନୁଗୁଳ – କଳିଙ୍ଗ ଫାଉଡେସନ ଓ ପିପୁଲ ଫର ଆନିମଲ ପକ୍ଷରୁ ଓଡିଶା ବନ ବିଭାଗ ସହାୟତାରେ ଅନୁଗୁଳ ଫରେଷ୍ଟ ଟ୍ରେନିଂ କଲେଜ ଠାରେ ଏକ ସାପ…
ନକଲି ମଦ କାରଖାନା ଠାବ ଅନୁଗୁଳ – ଅନୁଗୁଳ ଅବକାରୀ ବିଭାଗକୁ ମିଳିଛି ଏକ ବଡ ସଫଳତା । ଜିଲ୍ଲା ସଦର ମହକୁମା ଉପକଣ୍ଠ ରେ ଚାଲିଥିବା ଏକ ନକଲି ମଦ ଫ୍ୟାକ୍ଟେରି…