ମୁଖ୍ୟ ଖବର କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା Angul OnlineOctober 1, 2022October 1, 2022 ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠର ସୁସୁଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଜଣେ କଲେଜ ଛାତ୍ରୀ ବେକରେ ରଶି ଦେଇ ଆତ୍ମହତ୍ୟା କରିଛନ୍ତି । ମୃତ କଲେଜ ଛାତ୍ରୀ ସେହି ଗ୍ରାମର ଯୋଗେନ୍ଦ୍ର ନାଏକଙ୍କ ଝିଅ ଦେବସ୍ମିତା ନାଏକ ବୋଲି ଜଣାପଡ଼ିଛି । ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପୁଲିସ୍ ତଦନ୍ତ ଚଳାଇଛି । ପ୍ରାପ୍ତ ସୂଚନା ମୁତାବକ , ଦେବସ୍ମିତା ଅନୁଗୁଳ ଜୁନିୟର କଲେଜର ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀ । ସେ ଆଜି ଅପରାହ୍ନ ୩ଟା ବେଳେ ପାଇଖାନା ଯାଇଥିଲେ । ମାତ୍ର ଦୀର୍ଘ ସମୟ କବାଟ ନଖୋଲିବାରୁ ପରିବାର ଲୋକଙ୍କ ସନ୍ଦେହ ହୋଇଥିଲା । ପାଇଖାନା କବାଟ ଖୋଲି ଦେଖିବା ବେଳକୁ ପାଇଖାନାର ଆଜବେଷ୍ଟସ ପାଇପ୍ରେ ସେ ନିଜ ଓଢ଼ଣୀରେ ଝୁଲୁଥିବା ଦେଖିଥିଲେ । ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । Advertisement
ମାଛ ମାରିବା ହେଲା କାଳ – ଛିଣ୍ଡିଲା ଦୁଇ ହାତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଟାଉନ ପାଇକସାହି ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ମାଛ ମାରିବା ବେଳ ଜଣେ ବ୍ୟକ୍ତିଙ୍କର ଦୁଇ…
ବଦଳିଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭୁବନେଶ୍ଵର -(ANGULONLINE)- ଅନୁଗୁଳ ଜିଲ୍ଲା ମୁଖ୍ୟଚିକିତ୍ସାଧିକାରୀ ଅଭୟ କୁମାର ଦାସଙ୍କର ବଦଳି ହୋଇଛି । ତାଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ବଦଳି କରା କରାଯାଇଥିବା…
ଜବରଦଖଲ ହୋଇଥିବା ହଜାରେ ଏକର ଜମି ଫେରିବ ସରକାରୀ ଖାତାକୁ ଅନୁଗୁଳ – ଜିଲ୍ଲାର ଅଧିକାଂଶ ସରକାରୀ ଜମି ଏବେ ଜବରଦଖଲକାରିଙ୍କ କବଜାରେ । ଶିଳ୍ପ ସମୃଦ୍ଧ ଅନୁଗୁଳ ଜିଲ୍ଲାର ମୂଲ୍ୟବାନ ସରକାରୀ ଜମି ମଧ୍ୟରୁ କିଛି ଅଂଶକୁ…