ଅପରାଧ ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ Angul OnlineOctober 10, 2022October 10, 2022 ଅନୁଗୁଳ – ସାମାନ୍ୟ ବଚସାରୁ ଜଣେ ରାଜମିସ୍ତ୍ରୀଙ୍କୁ ହତ୍ୟା । ଏଭଳି ଘଟଣା ଅନୁଗୁଳ ସହର ଉପକଣ୍ଠ ପଞ୍ଚମହଲା ଗ୍ରାମରେ ଘଟିଛି । ମୃତକ ଜଣଙ୍କ ପଞ୍ଚମହଲା ଗ୍ରାମର ମଦନ ଦେହୁରୀ ବୋଲି ଜଣା ପଡ଼ିଛି । ଅଭିଯୁକ୍ତ ସେହି ଗ୍ରାମର ପ୍ରକାଶ ଭୋଇ ଫେରାର ହୋଇ ଯାଇଥିବା ବେଳେ ତାକୁ ଧରିବାକୁ ପୁଲିସ୍ ଚେଷ୍ଟା ଜାରି ରଖିଛି । ସୂଚନା ଅନୁସାରେ , ମୃତ ରାଜମିସ୍ତ୍ରୀ ମଦନ ଦେହୁରୀ, ଗାଁରେ ଲକ୍ଷ୍ମୀପୂଜା ଚାଲିଥିବା ବେଳେ ସେ କାମକୁ ନଯାଇ ପ୍ରବଳ ମଦ୍ୟପାନ କରିଥିଲେ । ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ସେ ଗ୍ରାମର ପ୍ରକାଶ ଭୋଇଙ୍କୁ କୌଣସି କାରଣକୁ ନେଇ ଗାଳିଗୁଲଜ କରିଥିଲେ । ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ପ୍ରକାଶ ରାଗି ଯାଇ ନିଶାଶକ୍ତ ମଦନଙ୍କୁ ମାଡ଼ ମାରିବା ସହ ଏକ ଧକ୍କା ମାରିଥିଲେ । ତାଙ୍କ ଧକ୍କାରେ ମଦନ ତଳେ ପଡି ଯାଇଥିବା ବେଳେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ଖବର ପାଇ ପରିବାର ଲୋକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ମଦନଙ୍କ ପୁଅ ସଦର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ୍ ଛାନ୍ଭିନ୍ ଆରମ୍ଭ କରିଛି । Advertisement
ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ – ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପାତ୍ରପଡା ଗାଁରେ ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ପୂର୍ବ ଶତ୍ରୁତାରୁ ଗାଁର ଜଣେ ଯୁବକକୁ…
ପୁଣି ଅଲୋଡା ହେଲା ଶିଶୁକନ୍ୟା ବନ୍ତଳା – ଅନୁଗୁଳ ଜିଲ୍ଲାରେ ପୁଣି ଶିଶୁକନ୍ୟା ଅଲୋଡ଼ା ହୋଇଛି । ଜନ୍ମ ପରେ ରାସ୍ତା କଡକୁ ଫିଙ୍ଗିଦେଇ ମା ଚାଲି ଯାଇଛି । ଏଭଳି ଏଭଳି…
ପିତଳ ଥାଳି ଧରେଇ ୧୫ ଲକ୍ଷ ଟଙ୍କା ଠକିନେଲେ ଦୁଇ ମହିଳା ତାଳଚେର – ସୁନା ଥାଳି କହି ଦମ୍ପତିଙ୍କୁ ଦେଲେ ପିତଳ ଥାଳି ଆଉ ଲୁଟିନେଲେ ୧୫ ଲକ୍ଷ ଟଙ୍କା । ତାଳଚେର ଲିଙ୍ଗରାଜ କଲୋନୀରେ ପରିବାର ସହ…