ଆଞ୍ଚଳିକ ସାପ କାମୁଡାରେ ନାବାଳକ ମୃତ Angul OnlineOctober 13, 2022October 13, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବହାଳସାହି ଗାଁରେ ସାପ କାମୁଡାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ଜଣଙ୍କ ହେଲେ ପ୍ରଶାନ୍ତ ଭୁତିଆଙ୍କ ୯ ବର୍ଷର ପୁଅ ପ୍ରିତେଶ ଭୁତିଆ । ସୂଚନା ଅନୁସାରେ ପ୍ରିତେଶ ଘରେ ଶୋଇଥିବା ବେଳେ ତାଙ୍କୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା । ପରିବାର ଲୋକ ଏହା ଜାଣିବା ପରେ ପ୍ରଥମେ ଛେଣ୍ଡିପଦା ଓ ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରା ଯାଇଥିଲା । ତେବେ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ଏହି ଘଟଣା ଗାଁରେ ଜଣା ପଡିବା ପରେ ଗ୍ନାରେ ଶୋକର ଛାୟା ଖେଳି ଯାଇଛି । Advertisement
ଖଣିରେ ଦୁର୍ଘଟଣା – ଜଣେ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଭୁବନେଶ୍ୱରି କୋଇଲା ଖଣିରେ ଦୁର୍ଘଟଣା ଯୋଗୁଣ ଜଣଙ୍କର ମୃତ୍ୟୁ ହୋଇଛି । ଦୁଇ ଟ୍ରକ ମୁହାଁ ମୁହିଁ ଧକ୍କା ହେବା…
ନାବାଳିକାଙ୍କୁ ନ୍ୟାୟ ଦାବିରେ ଏସ୍.ପି. ଅଫିସ ଘେରିଲା ମହିଳା ବିଜେଡି ଅନୁଗୁଳ – ଅନୁଗୁଳ ଶ୍ୟାମସୁନ୍ଦରପୁର ଗାଁରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ଜିଲ୍ଲା ପାଇଁ ଏକ ଲଜ୍ୟାଜନକ ଘଟଣା । ଗତ ଏକ ବର୍ଷ ମଧ୍ୟରେ…
ପ୍ରଧାନମନ୍ତ୍ରୀଙ୍କ ଉପରେ ହତ୍ୟା ଷଡ଼ଯନ୍ତ୍ର ପ୍ରତିବାଦରେ ବିଜେପିର ମୌନ ଧାରଣା ଅନୁଗୁଳ – ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ସୋମବାର ଦିନ ଶିମିଳିପଡା ଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଆଗରେ ମୌନ ଧାରଣା ଦିଆ ଯାଇଥିଲା ।…