ଆଞ୍ଚଳିକ କେନାଲରୁ ନାବାଳକର ମୃତଦେହ ଉଦ୍ଧାର Angul OnlineNovember 3, 2022November 3, 2022 ଅନୁଗୁଳ – ଅନୁଗୁଳ ସହର ଅମଲାପଡା ଦେଇ ଯାଇଥିବା କେନାଲରୁ ଆଜି ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରା ଯାଇଛି । ମୃତ ନାବାଳକ ଜଣଙ୍କ ପଶ୍ଚିମବଙ୍ଗ ମେଦିନିପୁର ଅଞ୍ଚଳର ଶଙ୍କର ଶେଖରଙ୍କ ପାଞ୍ଚ ବର୍ଷର ପୁଅ ଚିକୁ ଶେଖର ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ଶଙ୍କର ଯାଯାବର ସମ୍ପ୍ରଦାୟର ହୋଇଥିବା ବେଳେ ଅନୁଗୁଳ ଟାଉନ ହାଇସ୍କୁଲ ପାଖରେ ରୁହନ୍ତି । ଗତକାଲି ଦିନ ପ୍ରାୟ ୧ ଟା ବେଳୁ ଚିକୁ ଘରୁ କେଉଁଆଡ଼େ ଚାଲି ଆସିଥିଲେ । ତେବେ ଅପରାହ୍ନ ସୁଦ୍ଧା ନ ଫେରିବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ ହେଁ କୌଣସି ସନ୍ଧାନ ମିଳି ପାରି ନଥିଲା । ଆଜି ସକାଳେ ତାଙ୍କ ମୃତଦେହ କେନାଲରେ ଭାସୁଥିବା ଦେଖି ଲୋକ ପୁଲିସକୁ ସୂଚନା ଦେଇଥିଲେ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଦମକଳ ବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି । ତେବେ କୌଣସି କାରଣରୁ ଚିକୁ ପାଣିରେ ଖସି ପଡି ଆଉ ବାହାରି ନ ପାରିବାରୁ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । Advertisement
ଧୁମଧାମରେ ପାଳନ ହେଉଛି ମା ବାସନ୍ତୀ ପୂଜା ଅନୁଗୋଳ – ଅନୁଗୋଳ ଅମଲାପଡ଼ା ମା ବାସନ୍ତୀ ଦୁର୍ଗାପୂଜା ମଣ୍ଡପରେ ଆଜି ମହାସପ୍ତମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ଗତକାଲି ଷଷ୍ଠୀ ପୂଜା ଆରମ୍ଭ ହୋଇଥିବା ବେଳେଆଜି…
ହାଇୱା ଧକ୍କାରେ ଯୁବକ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ଓଭର ବ୍ରିଜ ନିକଟରେ ଏକ ହାଇୱା ଧକ୍କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ…
ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ – ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇସାହି ନିକଟସ୍ଥ ଏକ ମହୁଲ ଗଛରୁ ଜଣେ କଲେଜ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି ।…