ଆଞ୍ଚଳିକ କଲେଜ ଅଧ୍ୟକ୍ଷଙ୍କ ପରଲୋକ Angul OnlineNovember 7, 2022November 7, 2022 କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଆଲୋକ ରଞ୍ଜନ ପାତ୍ରଙ୍କ ଅକାଳ ବିୟୋଗ ହୋଇଛି । ସୂଚନା ଯେ ଆଲୋକ ରଞ୍ଜନ ପାତ୍ର ଯୁକ୍ତ ୨ ବିଭାଗର ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଥିବାବେଳେ ଦୀର୍ଘ ଦୁଇମାସ ହେଲା ରୋଗ ଶଯ୍ୟାରେ ପଡିଥିଲେ I ତେବେ ତାଙ୍କ ବାସ ଭବନରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ଏହି ଦୁଃଖଦ ଖବର ଜଣା ପଡିବା ପରେ ଛାତ୍ର ଛାତ୍ରୀ ଏବଂ ସ୍ଥାନୀୟ ଲୋକଙ୍କ ମନରେ ଶୋକର ଛାୟା ଖେଳି ଯାଇଛି । ସେ ଜଣେ ମେଳାପି ଏବଂ ଛାତ୍ର ବତ୍ସଳ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗ କଲେଜ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଛାତ୍ରଛାତ୍ରୀ ଓ ସହକର୍ମୀ କହିଛନ୍ତି । Advertisement
ଗାଡି ଧକ୍କାରେ ଜଣେ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ଗୋଡିବନ୍ଧ- ଏନଟିପିସି ରାସ୍ତାର ଶିବରାମପୁର ଛକ ନିକଟରେ ଅଜଣା ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ…
କୋଲ ୱାସେରିକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ଘଣ୍ଟପଡ଼ା ଠାରେ ଥିବା ଗ୍ଲୋବାଲ କୋଲ ୱାସେରିକୁ ନେଇ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା…
ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ଫିଟନେସ ଦିବସ ପାଳିତ ଅନୁଗୁଳ – ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର କର୍ମଚାରୀ ଆଜି ଜେଏସପି ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ଜନ୍ମ ଦିବସକୁ ଫିଟନେସ ଦିବସ ଭାବେ ପାଳନ…