ମୁଖ୍ୟ ଖବର ଜଙ୍ଗଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର Angul OnlineDecember 6, 2022December 6, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ସାରୁଆଳି ଜଙ୍ଗଲରୁ ଜଣେ ୫୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଆଜି ଗାଁ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର ହୋଇଛି । ମୃତ ବୃଦ୍ଧ ଜଣଙ୍କ ହେଲେ ସାରୁଆଳି ଗାଁର ପର୍ଶୁରାମ ଭୋଇ ବୋଲି ଜଣା ପଡିଛି । ସୂଚନା ଅନୁସାରେ ପର୍ଶୁରାମ ରବିବାର ଦିନ ହେଲା ଜଙ୍ଗଲକୁ ଡାଳ ଖୋଜିବା ପାଇଁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ଖୋଜାଖୋଜି କରି ପାଇ ନଥିଲେ । ଆଜି ଅପରାହ୍ନରେ ଜଙ୍ଗଲ ଭିତରୁ ତାଙ୍କ ମୃତ ଦେହ ଉଦ୍ଧାର ହୋଇଥିଲା । ତେବେ ହାତୀ ଆକ୍ରମଣ ଫଳରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଖବର ପାଇ ପୁଲିସ ଓ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ବସଷ୍ଟାଣ୍ଡରୁ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ବାଲିପଶି ପଞ୍ଚାୟତ ବରପଦା ହାଟ ଛକରେ ଥିବା ବସ୍ ଷ୍ଟାଣ୍ଡ ଘର ଭିତରୁ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର…
ଦୁର୍ଘଟଣାରେ ଜଣେ ମୃତ – ବାପ-ପୁଅ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ମାଣପୁର ଗ୍ରାମ ନିକଟରେ ଆଜି ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ବାପ ଓ ପୁଅ ଆହତ…
ବାଲ୍ୟବିବାହ କରାଇଲେ ବନ୍ଧାହେବେ ବ୍ରାହ୍ମଣ , ଗାଡିର ମାଲିକ , ବ୍ୟାଣ୍ଡ ବାଜା , ଟେଣ୍ଟ ହାଉସ୍ ମାଲିକ -ଜିଲ୍ଲାପାଳ ଅନୁଗୁଳ – ବାଲ୍ୟବିବାହ ସଂପୂର୍ଣ୍ଣ ବେଆଇନ । ୧୮ବର୍ଷରୁ କମ୍ ଝିଅକୁ କିମ୍ବା ୨୧ ବର୍ଷରୁ କମ୍ ପୁଅକୁ ବିବାହ କରାଇବା ଦଣ୍ଡନୀୟ ଅପରାଧ । ୨୦୦୬…