ମୁଖ୍ୟ ଖବର ଜଙ୍ଗଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର Angul OnlineDecember 6, 2022December 6, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ସାରୁଆଳି ଜଙ୍ଗଲରୁ ଜଣେ ୫୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଆଜି ଗାଁ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର ହୋଇଛି । ମୃତ ବୃଦ୍ଧ ଜଣଙ୍କ ହେଲେ ସାରୁଆଳି ଗାଁର ପର୍ଶୁରାମ ଭୋଇ ବୋଲି ଜଣା ପଡିଛି । ସୂଚନା ଅନୁସାରେ ପର୍ଶୁରାମ ରବିବାର ଦିନ ହେଲା ଜଙ୍ଗଲକୁ ଡାଳ ଖୋଜିବା ପାଇଁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ଖୋଜାଖୋଜି କରି ପାଇ ନଥିଲେ । ଆଜି ଅପରାହ୍ନରେ ଜଙ୍ଗଲ ଭିତରୁ ତାଙ୍କ ମୃତ ଦେହ ଉଦ୍ଧାର ହୋଇଥିଲା । ତେବେ ହାତୀ ଆକ୍ରମଣ ଫଳରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଖବର ପାଇ ପୁଲିସ ଓ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ଚଣାଗଛ ପାଇଁ ଜଳିଗଲା ଚଳନ୍ତା କାର ଅନୁଗୁଳ – ଅନୁଗୁଳ ଜିଲ୍ଲା ଜାମୁଣ୍ଡା ଗାଁରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାସ୍ତାରେ ଶୁଖା ଯାଇଥିବା ଚଣା ଗଛ ଲାଗି ଏକ…
ପୁଲିସ ଭ୍ୟାନ ଧକ୍କାରେ ନାବାଳକ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଶର୍ମାଛକ ଠାରେ ପୁଲିସ ଭ୍ୟାନ ଏକ ମୋଟରସାଇକେଲକୁ ପଛରୁ ଧକ୍କା ଦେବା ଫଳରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି ।…
ଜାନୁୟାରୀ ମାସ ୧୬ ତାରିଖରୁ ପୁରୀ-ଅନୁଗୁଳ ସ୍ୱତନ୍ତ୍ର ଟ୍ରେନର ନିୟମିତ ସେବା ଭୁବନେଶ୍ୱର – ଜାନୁୟାରୀ ମାସ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ଠାରୁ ଅନୁଗୁଳ ମଧ୍ୟରେ ସପ୍ତାହରେ ତିନିଥର ଚଳାଚଳ କରିବ । ଜାନୁୟାରୀ ମାସ ଦ୍ୱିତୀୟ ସପ୍ତାହ…