ମୁଖ୍ୟ ଖବର ଟ୍ରକ ଧକ୍କାରେ ଦୁଇ ମୃତ Angul OnlineDecember 21, 2022December 21, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପଵିତ୍ରମୋହନ ଛକ ନିକଟରେ ଦୁର୍ଘଟଣା । ଟ୍ରକ ଧକ୍କାରେ ଦୁଇ ମୋଟରସାଇକେଲ ଆରୋହି ମୃତ । ମୃତକ ମଧ୍ୟରୁ ଜଣେ ପରଜଙ୍ଗ ଖାଲପାଳ ଅଞ୍ଚଳର ଭାଗିରଥି ମହାନ୍ତି ହୋଇଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ଅସ୍ପଷ୍ଟ ରହିଛି । ତେବେ ଉଭୟ ବାଇକ ଯୋଗେ ତାଳଚେର ଅଞ୍ଚଳକୁ ଗାଡିର କିଛି ଯନ୍ତ୍ରାଂଶ କିଣିବାକୁ ଆସୁଥିବା ବେଳେ ପବିତ୍ରମୋହନ ଛକ ଠାରେ ତାଙ୍କୁ ଏକ କୋଇଲା ବୋଝେଇ ଟ୍ରକ ଧକ୍କା ଦେଇ ତାଙ୍କ ଉପରେ ଚଢ଼ି ଯିବା ଫଳରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ହୋଇଥିଲା । ତେବେ ଦୁର୍ଘଟଣା ଘଟାଇ ଘଟଣାସ୍ଥଳରେ ଟ୍ରକକୁ ଛାଡି ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି । ଘଟଣାସ୍ଥଳରେ ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକ ପହଞ୍ଚି କ୍ଷତି ପୂରଣ ଦାବିରେ ଟାୟାର ଜାଳି ୪୯ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଫଳରେ ରାସ୍ତାର ଉଭୟ ପାର୍ଶ୍ଵରେ ସହସହ ଗାଡି ମୋଟର ଅଟକି ରହିଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ତାଳଚେର ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା ଜାରୀରଖିଛି । Advertisement
ପଦ ହରାଇଲେ ବାଲିପଟା ସରପଞ୍ଚ – ଅନାସ୍ଥା ସପକ୍ଷରେ ଦେଲେ ୧୨ଜଣ ୱାର୍ଡ ସଭ୍ୟସଭ୍ୟା ଛେଣ୍ଡିପଦା – ଅନୁଗୁଳ ଜିଲା ଛେଣ୍ଡିପଦା ବ୍ଳକ ବାଲିପଟ୍ଟା ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ବିରୋଧରେ ମଙ୍ଗଳବାର ହୋଇଥିବା ଅନାସ୍ଥା ଭୋଟରେ ପଦ ହରାଇବା ସହିତ ନାଏବ ସରପଞ୍ଚଙ୍କୁ ମିଳିଛି…
ନାବାଳିକା ଦୁଷ୍କର୍ମକାରୀଙ୍କୁ ୧୦ ବର୍ଷ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଫାଷ୍ଟ ଟ୍ରାକ୍ କୋର୍ଟରେ ଶନିବାର ଜଣେ ୧୬ ବର୍ଷର ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ କରିଥିବା ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ…
ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ ଦାବିରେ ବିଶାଳ ଚାଷୀ ବିକ୍ଷୋଭ ଅନୁଗୁଳ – ଅନୁଗୁଳ ଜିଲ୍ଲାର ୯୨ଟି ରାଜସ୍ୱ ଗ୍ରାମକୁ ଦଖଲ ପ୍ରଦାନ କରିନଥିବା ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ…