ଅପରାଧ ୮୨ ଗ୍ରାମ ହେରୋଇନ ଜବତ , ଜଣେ ଗିରଫ Angul OnlineJanuary 29, 2023January 29, 2023 ଅନୁଗୋଳ – ଅନୁଗୋଳ ସଦର ଅବକାରୀ ବିଭାଗ ନାଲକୋନଗର ଥାନା ଅଞ୍ଚଳରୁ ୮୨ ଗ୍ରାମ ହେରୋଇନ ଜବତ କରିବା ସହ ଏହି ଚୋରା କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ କନିଆବେଡା ଗାଁର ୨୬ ବର୍ଷୀୟ ଯୁବକ ବିବେକ କୁମାର ଦାସ ବୋଲି ଜଣାପଡିଛି । ସୂଚନା ଅନୁସାରେ ବିବେକ ଅନେକଦିନ ହେଲା ଏହି ଚୋରା କାରବାରରେ ସମ୍ପୃକ୍ତ ଥିବା ଅବକାରୀ ବିଭାଗ ସୂଚନା ପାଇବା ପରେ ତା ଉପରେ ନଜର ରଖିଥିଲା । ଆଉ ଗତକାଲି ସେ ବିକ୍ରି ପାଇଁ ହେରୋଇନ ରଖିଥିବା ଜାଣିବାକୁ ପାଇ ତାକୁ ଅଟକ ରଖି ପଚରାଉଚରା କରିଥିଲା । ଜାଞ୍ଚ ବେଳେ ତା ନିକଟରୁ ୮୨ ଗ୍ରାମ ଜବତ କରାଯାଇଥିଲା । Advertisement
ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମ ନିକଟରୁ ଆଜି ବିଲମ୍ବିତ ରାତିରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ…
ମାଉଜର ଦେଖାଇ ଟଙ୍କା ଲୁଟ ଅଭିଯୋଗ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଥାନା ସୁନାଖଣି , ବିକସର ପାଖରେ ଆଜି ସକାଳେ ଜଣେ ଔଷଧ ବିକ୍ରେତାଙ୍କୁ ମାଉଜର ଦେଖାଇ ଟଙ୍କା ଲୁଟ ହୋଇଥିବା…
ବେଆଇନ କୋଭିଡ ଟେଷ୍ଟ ଅଭିଯୋଗରେ ପାଥୋଲାବ ସିଲ – ମାଲିକ ଗିରଫ ତାଳଚେର – ବେଆଇନ କୋଭିଡ ଟେଷ୍ଟ୍ କରୁଥିବା ଏକ ଘରୋଇ ପାଥୋଲାବକୁ ସିଲ କରିଛି ସ୍ଥାନୀୟ ତାଳଚେର ପ୍ରଶାସନ । କିଛି ଦିନ ହେଲା କୋଭିଡ୍ ଟେଷ୍ଟି…