ମୁଖ୍ୟ ଖବର ଶିକ୍ଷକ ଅଭାବକୁ ନେଇ ବିଦ୍ୟାଳୟ ଗେଟରେ ତାଲା ପକାଇଲେ ଅଭିଭାବକ Angul OnlineJanuary 30, 2023January 30, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ମରାତିରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଅଭିଭାବକ ବିଦ୍ୟାଳୟ ଗେଟରେ ତାଲା ପକାଇଥିଲବ l ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ଜରପଡା ଥାନା ମରାତିରା ଗ୍ରାମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ଅଭିଭାବକ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଅଭିଵାବକଙ୍କ କହିବା ମୁତାବକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୧୯ ଜଣ ଛାତ୍ରଛାତ୍ରୀ ଥିବାବେଳେ ମାତ୍ର ୬ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଥିଲେ । ଜଣେ ଶିକ୍ଷୟତ୍ରୀ ନଭେମ୍ବର ୧ ତାରିଖରୁ ୬ ମାସ ପର୍ଯ୍ୟନ୍ତ ଛୁଟିରେ ଥିବାବେଳେ ପୁଣି ବର୍ତ୍ତମାନ ଆଉ ଜଣେ ଶିକ୍ଷକଙ୍କର ଅନ୍ୟତ୍ର ବଦଳି କରାଯାଇଛି ବୋଲି ଜଣାପଡ଼ିବାରୁ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକ ବିଦ୍ୟାଳୟ ଫାଟକକୁ ଆଜି ତାଲା ପକାଇ ଅନିର୍ଦ୍ଦିଷ୍ଟ ସମୟ ପାଇଁ ବସିଥିବା ସୂଚନା ମିଳିଛି । ଛାତ୍ରଛାତ୍ରୀ ତୁଳନାରେ କମ ଶିକ୍ଷକ ଥିବା ବେଳେ ଏମାନଙ୍କ ମଧ୍ୟରୁ ପୁଣି ଜଣଙ୍କୁ ବଦଳିକୁ ଅଭିଭାବକ ଗ୍ରହଣ କରୁନାହାନ୍ତି । ଶିକ୍ଷକଙ୍କ ବଦଳି ବାତିଲ ଦାବି ସହ ଆଉ ଶିକ୍ଷକ ନିଯୁକ୍ତି ଦାବି କରି ଆଜି ଏହି ଆନ୍ଦୋଳନ କରା ଯାଇଥିଲା । Advertisement
ଜଳବନ୍ଦୀ ଅଞ୍ଚଳରେ ଜିଲ୍ଲାପାଳ – ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବୁଝିଲେ ଅନୁଗୁଳ – ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ବନ୍ୟା ସ୍ଥିତିର ଅନୁଧ୍ୟାନ କରିବା ସହ ଲୋକଙ୍କ ଦୁର୍ଦ୍ଦଶା ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ବୁଝିଛନ୍ତି । ସେ…
ଦୁର୍ଘଟଣାରେ ଦୁଇ ଭାଇ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲ ଦୈ ଯାଇଥିବା ଜାତୀୟ ରାଜପଥ ୫୫ ର ଜରପଡା ଥାନା ତୁକୁଡ଼ା ଠାରେ ବୁଧବାର ରାତି ପ୍ରାୟ ୧୧ ଟା ବେଳକୁ…
ଗଞ୍ଜେଇ ଗାଡି ଧକ୍କାରେ ମହିଳା ମୃତ ଅନୁଗୋଳ – ଗଞ୍ଜେଇ ଗାଡି ଧକ୍କାରେ ମହିଳା ମୃତ । ଏଭଳି ଘଟଣା ଅନୁଗୋଳ ଜିଲ୍ଲା ମହିଧରପୁର ନିକଟରେ ଘଟିଛି । ସୂଚନା ଅନୁସାରେ ଅନୁଗୋଳ-କଟକ ପୁରୁଣା…