ଅପରାଧ ବଜାର ଭିତରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା Angul OnlineFebruary 25, 2023February 25, 2023 ଅନୁଗୋଳ – ଅନୁଗୋଳ ସହର ଶାନ୍ତି ବଜାର ନିକଟରେ ଜଣେ ବେପାରୀ ଠାରୁ ୨ ଦୁର୍ବୃତ୍ତ ଲକ୍ଷାଧୂକ ଟଙ୍କା ଲୁଟି ନେଇଥିବା ଜଣା ପଡ଼ିଛି । ଶୁକ୍ରବାର ବଲାଶିଙ୍ଗା ବାଲି ସାହିର ବେପାରୀ ପ୍ରକାଶ ବିଶ୍ବାଳ ଦୋକାନ ପାଇଁ ରାସନ୍ ସାମଗ୍ରୀ ନେବାକୁ ଶାନ୍ତି ବଜାର ଯାଇଥିଲେ । ସେ ଏକ ମାଲବାହୀ ଅଟୋରେ ଜିନିଷ ରଖିବା ବେଳେ ଲକ୍ଷେ ବାର ହଜାର ଟଙ୍କା ଏବଂ ମୋବାଇଲକୁ ହାଣ୍ଡ ବ୍ୟାଗରେ ରଖି ଗାଡ଼ିରେ ଥୋଇଥିଲେ । ଏହି ସମୟରେ ଦୁଇ ଜଣ ଲୁଟେରା ଏକ ବାଇକରେ ଆସି ଟଙ୍କା ବ୍ୟାଗ୍ ଉଠାଇ ନେଇ ପଳାଇଥିଲେ । ଏନେଇ ସେ ଅନୁଗୋଳ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଅଭିଯୋଗ ପାଇବା ପରେ ଘଟଣାର ତଦନ୍ତ ଆରମ୍ଭ କରିଛି । Advertisement
ପରକ୍ରିୟା ପ୍ରୀତି ଯୋଗୁଁ ପ୍ରେମିକ ସହ ମିଶି ସ୍ଵାମୀକୁ ହତ୍ୟା !! ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର କୋଲିୟାରୀ ଥାନା ଅଞ୍ଚଳରେ ପରକ୍ରିୟା ପ୍ରୀତିକୁ ନେଇ ଏକ ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି । ଅନ୍ୟ ପୁରୁଷ ସହ…
ଭିଜିଲାନ୍ସ ଜାଲରେ ଅମୀନ ଅନୁଗୁଳ – ଭିଜିଲାନ୍ସ ଜାଲରେ ଅମୀନ। ଅନୁଗୋଳ ଜିଲ୍ଲା କଣିହାଁ ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟରେ ଆଜି ଭିଜିଲାନ୍ସର ଏକ ଟିମ ଚଢାଉ ଲାଞ୍ଚ ନେଉଥିବା ବେଳେ ଜଣେ…
ଟ୍ରକ ସହ ୬ ଲକ୍ଷ ଟଙ୍କା ମୂଲ୍ୟର କେନ୍ଦୁପତ୍ର ଜବତ ଅନୁଗୁଳ – ଅନୁଗୁଳ ବନ ବିଭାଗକୁ ବଡ଼ ସଫଳତା । କେନ୍ଦୁପତ୍ର ଚୋରା ଚାଲାଣ ବେଳେ ଗୋଡ଼ାଇ ଗୋଡ଼ାଇ ଧରିଲା । ସୂଚନା ଅନୁସାରେ ଆଠମଲ୍ଲିକ ଅଞ୍ଚଳରୁ…