ମୁଖ୍ୟ ଖବର ଅଗ୍ନିକାଣ୍ଡରେ ୧୦ ଛେଳି ଜୀବନ୍ତ ଦଗ୍ଧ Angul OnlineMarch 6, 2023March 6, 2023 ଅନୁଗୋଳ – ଅନୁଗିଳ ଜିଲ୍ଲା ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ କୁସୁମପାଟରେ ଘର ପୋଡ଼ି ଘଟଣାରେ ଜଣେ ମହିଳା ଗୁରୁତର ହେବା ସହ ୧୦ ଛେଳି ଜୀବନ୍ତ ଦଗ୍ଧ ହୋଇଛନ୍ତି । ସୂଚନା ମୁତାବକ , ରବିବାର ସଂଧ୍ୟାରେ ବିଦ୍ୟାଧର ଦେହୁରୀଙ୍କ ଘରେ ହଠାତ ନିଆଁ ଲାଗି ଯାଇଥିଲା । ଫଳରେ ବିଦ୍ୟାଧରଙ୍କ ସ୍ତ୍ରୀ ପୋଡ଼ି ହୋଇ ଆହତ ହୋଇଛନ୍ତି । ତାଙ୍କ ତିନି ବଖରା ଘରର ସମସ୍ତ ଆସବାବ ପତ୍ର ପୋଡି ଯାଇଥିବା ବେଳେ ଆଠରୁ ଦଶ ଛେଳି ମଧ୍ୟ ପୋଡି ହୋଇ ପ୍ରାଣ ହରାଇଛନ୍ତି । ଅନୁଗୋଳରୁ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ବିଦ୍ୟୁତ ସର୍ଟସାର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏଥିରେ ବିଦ୍ୟାଧର ଓ ସୁନୀଲ ଦେହୁରୀଙ୍କ ତିନି ଲକ୍ଷ ଟଙ୍କା ମୂଲ୍ୟର ସମ୍ପତ୍ତି ନଷ୍ଟ ହୋଇଥିବା ଜଣା ପଡ଼ିଛି । Advertisement
ବନ ବିଭାଗ ଓ ପୁଲିସ ଗ୍ରାମବାସୀଙ୍କ ଦ୍ବାରା ଅଟକ ଅନୁଗୁଳ – ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ଦୁଇ ଦୁଇଟି କଲରାପତରିଆ ବାଘ ମୃତ୍ୟୁ ହୋଇଥିଲା । ସେହି ବାଘ ମୃତ୍ୟୁରେ ସଂଶ୍ଲିଷ୍ଟ ସନ୍ଦେହ କରି କୁଲାଙ୍ଗୀ…
ବନ୍ଧୁକ ମୁନରେ ଠିକା ସଂସ୍ଥା କର୍ମଚାରୀଙ୍କୁ ଅପହରଣ ଘଟଣା- ଝାଡ଼ଖଣ୍ଡରୁ ଉଦ୍ଧାର ହେଲେ ଦୁଇ ସୁପରଭାଇଜର ପାଲଲହଡା – ଗତ ସୋମବାର ବିଳମ୍ବିତ ରାତି ରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶିଗଡ ପଞ୍ଚାୟତ କମ୍ପରକେଳା ଠାରେ ଥିବା ଏକ ଠିକା ସଂସ୍ଥାର କ୍ୟାମ୍ପରୁ…
ପଲିଥିନ ଚଢାଉ – ରାସନ ଦୋକାନ ସିଲ ତାଳଚେର – ରାଜ୍ୟ ସରକାର ପଲିଥିନ ବ୍ୟବହାର ଉପରେ କଟକଣା ଲଗାଇଛନ୍ତି । ଏହି ନିୟମକୁ କଡାକଡି ପାଳନ କରିବାକୁ ନିର୍ଦେଶ ରହିଛି । ଏଥିପାଇଁ ଆଜି(ମଙ୍ଗଳବାର)…