ବାଣିଜ୍ୟ ଟେକ୍ସାସ୍ ୟୁନିଭରସିଟି (ଡଲାସ୍) ଦ୍ବାରା ନବୀନ ଜିନ୍ଦଲଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ Angul OnlineMarch 31, 2023March 31, 2023 ନୂଆଦିଲ୍ଲୀ – ଶିଳ୍ପ , ରାଜନୀତି ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲଙ୍କୁ ଟେକ୍ସାସ ୟୁନିଭରସିଟି (ଡଲାସ) ଦ୍ୱାରା ଆଜୀବନ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି । ୨୫ ମାର୍ଚ୍ଚ ୨୦୨୩ରେ ବିଶ୍ୱବିଦ୍ୟାଳୟ ଦ୍ବାରା ଆୟୋଜିତ ଏକ ସମାରୋହରେ ଏହି ବିଶ୍ୱବିଦ୍ୟାଳୟ ୧୯୯୨ ବ୍ୟାଚ୍ ର ପୁରାତନ ଛାତ୍ର ଶ୍ରୀ ଜିନ୍ଦଲ ଏହି ପୁରସ୍କାର ଗ୍ରହଣ କରିଥିଲେ । ନୋବେଲ ବିଜେତା ଅଜିଜ ସୈଂକର ପରେ ଏହି ସମ୍ମାନଜନକ ପୁରସ୍କାର ପାଇବାରେ ଶ୍ରୀ ଜିନ୍ଦଲ ଦ୍ୱିତୀୟ ବ୍ୟକ୍ତି । ଟେକ୍ସାସ ୟୁନିଭରସିଟି (ଡଲାସ) ଛାତ୍ର ଭାବରେ ଶ୍ରୀ ଜିନ୍ଦଲ ଷ୍ଟୁଡେଣ୍ଟ ଗଭର୍ଣ୍ଣମେଣ୍ଟର ଉଭୟ ଉପାଧ୍ୟକ୍ଷ ଏବଂ ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିଥିଲେ ଏବଂ ଷ୍ଟୁଡେଣ୍ଟ ଲିଡର ଅଫ୍ ଦି ଇୟର ପୁରସ୍କାର ପାଇଥିଲେ । ସେ ୨୦୧୦ରେ ବିଶ୍ୱବିଦ୍ୟାଳୟର ବିଶିଷ୍ଟ ଆଲୁମିନି ପୁରସ୍କାର ସହିତ ସମ୍ମାନିତ ହୋଇଥିଲେ । ଟେକ୍ସାସ ୟୁନିଭରସିଟି (ଡଲାସ) ଦ୍ବାରା ନିଜର ସ୍କୁଲ୍ ଅଫ୍ ମ୍ୟାନେଜମେଣ୍ଟକୁ 2011 ରେ ନବୀନ ଜିନ୍ଦଲ ସ୍କୁଲ୍ ଅଫ୍ ମ୍ୟାନେଜମେଣ୍ଟ ଭାବରେ ପୁନଃ ନାମକରଣ କରି ନିଜର ଅତିବିଶିଷ୍ଟ ପୁରାତନ ଛାତ୍ରଙ୍କୁ ସମ୍ମାନିତ କରିଥିଲା । ପୁରାତନ ଛାତ୍ର ମାନଙ୍କ ନିମନ୍ତେ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ ଟେକ୍ସାସ ୟୁନିଭରସିଟି (ଡଲାସ)ର ସର୍ବୋଚ୍ଚ ସାମ୍ନାନ । ଯେଉଁମାନେ ସମାଜରେ ପରିବର୍ତ୍ତନ, ବିଶ୍ବବିଦ୍ୟାଳୟର ବିକାଶ ନିମନ୍ତେ ମହତ୍ୱପୂର୍ଣ ଯୋଗଦାନ କରିବା ସହିତ ଏବଂ ଉତ୍କର୍ଷର ନୂତନ ଉଚ୍ଚତାରେ ପହଞ୍ଚିବାକୁ ଅନ୍ୟମାନଙ୍କୁ ପ୍ରେରଣା ଦେଇଥାନ୍ତି, ସେମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ । Advertisement
ମୋବାଇଲ ବିକ୍ରେତାଙ୍କ ଅନଶନ ଅନୁଗୁଳ – ଚାଇନିଜ୍ ଅପୋ ବ୍ରାଣ୍ଡର ନୂତନ ମଡେଲ କେ ସିରିଜର ବିକ୍ରୟ କେବଳ ଅନଲାଇନ ବିଦେଶୀ ଇ-କମର୍ସ କମ୍ପାନୀ ମାଧ୍ୟମରେ ହେଉ ଥିବାରୁ ଆଜି ଅପୋ…
ଅନୁଗୁଳ ଶପିଂ ଫେଷ୍ଟିଭାଲ ଉଦଘାଟିତ ଅନୁଗୁଳ – ଅନୁଗୁଳ ବିଜୁ ମୈଦାନ ପରିସରରେ ୫ମ ଅନୁଗୁଳ ଶପିଂ ଫେଷ୍ଟିଭାଲ ଉଦଘାଟିତ ହୋଇଯାଇଛି । ଆଜିର ଉଦଘାଟନୀ ଉତ୍ସବରେ ଅନୁଗୁଳ ଓକିଲ ସଂଘର ସଭାପତି…
ହୋଣ୍ଡା ଆକ୍ଟିଭା ପ୍ରିମିୟମର ବଜାର ପ୍ରବେଶ ଅନୁଗୁଳ – ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆର ଅଧିକୃତ ବିକ୍ରେତା ଅନୁଗୁଳ ଲକ୍ଷ୍ମୀ ହୋଣ୍ଡାଠାରେ ହୋଣ୍ଡାର ବହୁ ପ୍ରତିକ୍ଷିତସ୍କୁଟର ହୋଣ୍ଡା ଆକ୍ଟିଭା ପ୍ରିମିୟମର ବଜାର ପ୍ରବେଶ…