ମୁଖ୍ୟ ଖବର ହାତୀ ଆକ୍ରମଣରେ ବୃଦ୍ଧ ମୃତ Angul OnlineApril 18, 2023April 18, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ବନ୍ତଳା ରେଞ୍ଜ କନ୍ତମେଘ ଗାଁରେ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ସେହି ଗାଁର ରମେଶ ଦେହୁରୀ । ସୂଚନା ଅନୁସାରେ ରମେଶ ଆଜି ଭୋର ସମୟରେ ଗାଁ ମୁଣ୍ଡ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ତେବେ ସେଠାରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ରମେଶଙ୍କ ମୃତ୍ୟୁକୁ ନେଇ ଗାଁରେ ଅସନ୍ତୋଷ ଦେଖା ଦେଇଥିବା ବେଳେ ବନ ବିଭାଗ ଓ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି । Advertisement
ସରକାରଙ୍କ କୋଭିଡ ନିୟମ ଆଗରେ ମୁଣ୍ଡ ନୁଆଁଇଲେ ବେସରକରୀ ସ୍କୁଲ୍ – ଛାଡ ହେଵ ଫିସ ତାଳଚେର – ମହାମାରୀ କରୋନାରେ ଅଭିଭାବକଙ୍କୁ ମାତ୍ରାଧିକ ଫି ନେଇ ଜୁଲମ କରୁଥିବା ଘରୋଇ ସ୍କୁଲ ଗୁଡ଼ିକୁ ପ୍ରଶାସନର ଛାଟ ପଡିଛି । ଆଜି ଏ ସଂକ୍ରାନ୍ତରେ…
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ବାପା ଅନୁଗୁଳ – ଅନୁଗୁଳ ଜିଲ୍ଲା ବେନ୍ତପୁର ଗାଁର ଚିତ୍ତରଞ୍ଜନ ପରିଡାଙ୍କ ଘରୁ ତାଙ୍କ ଗର୍ଭବତୀ ପତ୍ନୀ ସସ୍ମିତା ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ଏକ…
ବନ୍ଧୁକ ମୁନରେ ଠିକା ସଂସ୍ଥା କର୍ମଚାରୀଙ୍କୁ ଅପହରଣ ଘଟଣା- ଝାଡ଼ଖଣ୍ଡରୁ ଉଦ୍ଧାର ହେଲେ ଦୁଇ ସୁପରଭାଇଜର ପାଲଲହଡା – ଗତ ସୋମବାର ବିଳମ୍ବିତ ରାତି ରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶିଗଡ ପଞ୍ଚାୟତ କମ୍ପରକେଳା ଠାରେ ଥିବା ଏକ ଠିକା ସଂସ୍ଥାର କ୍ୟାମ୍ପରୁ…