ଅପରାଧ ଚୋରା ବାଲି ଚାଲାଣ ଅଭିଯୋଗରେ ୫ ଗିରଫ Angul OnlineMay 12, 2023May 12, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ପୁଲିସ ଶୁକ୍ରବାର ସକାଳେ ବାଲି ଚୋରା ଚାଲାଣ ଅଭିଯୋଗରେ ୫ ଜଣଙ୍କୁ ଗିରଫ କରିବା ସହ ୫ଟି ଟ୍ରକ୍କୁ ଜବତ କରିଛି । ସୂଚନା ଅନୁସାରେ, ଦେବଗଡ଼ ଓ ଅନୁଗୁଳ ଜିଲ୍ଲା ସୀମାରେ ଥିବା ଟିକିରା ନଦୀରୁ ନିୟମିତ ଚୋରା ବାଲି ଚାଲାଣ ହେଉଛି । ଏ ନେଇ ସୂଚନା ପାଇବାପରେ ଛେଣ୍ଡିପଦା ପୁଲିସ ଶୁକ୍ରବାର ସକାଳେ ଛେଣ୍ଡିପଦା ମେଡ଼ିକାଲ ଛକ ପାଖରେ ଚୋରା ଚାଲାଣ ହେଉଥିବା ୫ଟି ଟ୍ରକ୍କୁ ଜବତ କରିବାସହ ଏହାର ଚାଳକ ମାମୁରିଆ ଗାଁର ନୃପତି ମାଝୀ(୩୦), ରୁଲୁ ସାହୁ(୪୦), ଦେବଗଡ଼ ଜିଲ୍ଲା କୁଣ୍ଡେଇଗୋଳା ଥାନା ଅନ୍ତର୍ଗତ ଷେଣ୍ଢା ଗାଁର ପ୍ରଫୁଲ ଠାକୁର(୩୩), ଆମ୍ବଖୋଳ ଗାଁର ବଂଶୀଧର ଧଳ(୨୫) ଓ କିଶୋରନଗର ଥାନା ଅନ୍ତର୍ଗତ ହିମତିରା ଗାଁର ବିନୋଦ ବେହେରା(୩୧)ଙ୍କୁ ଗିରଫକରି ଏକ ମାମଲା ରୁଜୁକରି କୋର୍ଟ ଚାଲାଣ କରିଛି । Advertisement
କାନ୍ଥ ଖୋଳି ଗହଣା ଦୋକାନରୁ ଲକ୍ଷାଧିକ ଟଙ୍କାର ଗହଣା ଲୁଟ ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ବଜାର ଉପରେ ଥିବା ଏକ ଗହଣା ଦୋକାନର କାନ୍ଥ ଖୋଲି ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ…
ଦୁଇ ଚୋର ଗିରଫ , ସୁନା ଜବତ – ଘର ମାଲିକଙ୍କୁ ଆକ୍ରମଣ କରି ଲୁଟି ନେଇଥିଲେ ଟଙ୍କା ଓ ସୁନା ତାଳଚେର – ଘର ମାଲିକଙ୍କୁ ଲହୁଲୁହାଣ କରି ଘରୁ ୮୦ ଭାରି ସୁନା ଏବଂ ଏକ ଲକ୍ଷ ଟଙ୍କା ଚୋରୀ କରିବା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ…
ବ୍ରାଉନସୁଗାର ଜବତ – ମହିଳାଙ୍କ ସମେତ ୨ ଗିରଫ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୁଲିସ ହାତରେ ଦୁଇ ଧଳା ଜହର ବେପାରୀ । ତାଙ୍କ ନିକଟରୁ ୧୮ ଗ୍ରାମ ବ୍ରାଉନ ସୁଗାର ଜବତ କରିବା…