ମୁଖ୍ୟ ଖବର ବସ ପଛରେ ପିଟି ହେଲା ମୋଟରସାଇକେଲ – ଜଣେ ମୃତ Angul OnlineMay 15, 2023May 15, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ପାଲଲହଡ଼ା ଥାନା ୪୯ ନମ୍ବର ଜାତୀୟ ରାଜପଥ ସାମିୟାପାଲି ଛକ ନିକଟରେ ସୋମବାର ଦୁର୍ଘଟଣା ଘଟିଛି । ଆଜି ସକାଳୁ ସାଇନାଥ ନାମକ ଏକ ଘରୋଇ ବସ ପାଲଲହଡା ପଟୁ ଦେବଗଡ଼ ଅଭିମୁଖେ ଯାଉଥିବା ବେଳେ ସାମିଆପାଲି ଛକ ନିକଟରେ ଠିଆ କରି ଯାତ୍ରୀଙ୍କୁ ଉଠାଉଥିବା ବେଳେ ପଛପଟୁ ଏକ ମୋଟରସାଇକେଲ ବସକୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ମୋଟରସାଇକେଲ ଚାଳକ ପାଲଲହଡା ଥାନା ସିଗଡ଼ ଗ୍ରାମର ଶରତ ପ୍ରଧାନ ଗୁରୁତର ହୋଇପଡ଼ିଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ପାଳଲହଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତି କରାଯାଇଥିଲା ।ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ଶରତ ପାଲଲହଡା ବ୍ଲକ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଥିଲେ । ଘଟଣା ସ୍ଥଳରେ ପୋଲିସ ପହଂଚି ବସ ଓ ମୋଟରସାଇକେଲକୁ ଜବତ କରି ଅଧିକ ତଦନ୍ତ ଚଳାଇଛି । Advertisement
ବିନ୍ଦଲ କାରଖାନାରେ ଅଗ୍ନିକାଣ୍ଡ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନର୍ଗତ ବିନ୍ଦଲ ସ୍ପଞ୍ଜ ଆଇରନ ଫାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଥିବା ଜଣା ପଡିଛି…
ଅତିରିକ୍ତ ଏସ୍.ପି.ଙ୍କ ଅକାଳ ବିୟୋଗ ଅନୁଗୁଳ – ଅନୁଗୁଳ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କ ଗୁରୁବାର ସକାଳେ ଅକାଳ ବିୟୋଗ ହୋଇଛି । ସ୍ବର୍ଗତ ପାଣିଗ୍ରାହୀ ସକାଳେ ବଜାରରୁ…
ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଲା – ବିଜ୍ଞାନରେ ୯୫.୫ ଓ ବାଣିଜ୍ୟରେ ୮୧.୩ ପ୍ରତିଶତ ପାସ୍ ଅନୁଗୁଳ – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ଅନୁଗୁଳ…