ମୁଖ୍ୟ ଖବର ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ Angul OnlineJune 20, 2023June 20, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ବନ୍ତଳା ବନାଞ୍ଚଳ ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମର ଅରୁଣ ପଧାନ ନିଜ ବଗିଚାରେ ବାଡ଼ ଦେଉଥିବା ବେଳେ ଏକ ଦନ୍ତା ହାତୀ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ସେହିପରି ବଡ଼ କନ୍ତକୂଳ ପଂଚାୟତର ସାନକନ୍ତକୂଳ ଗ୍ରାମର ଶ୍ରୀନିବାସ ସାହୁ (୭୦) ଆଜି ଘର ନିକଟକୁ କୌଣସି କାମରେ ଯାଇଥିବା ସମୟରେ ହାତୀ ହାବୁଡ଼ରେ ପଡି ଯାଇଥିଲେ । ଫଳରେ ହାତୀ ତାଙ୍କୁ ଦଳି ଦେଇଥିଲା । ଏହା ଜଣା ପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି । Advertisement
ଭୁଜାଲିରେ ହାଣି ତିନି ଲକ୍ଷ ପଚାଶ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ ଅନୁଗୁଳ – ଭୁଜାଲିରେ ଆକ୍ରମଣ କରି ଲୁଟି ନେଲେ ୩ ଲକ୍ଷ ୫୦ ହଜାର ଟଙ୍କା । ଏଭଳି ଘଟଣା ଘଟିଛି ଛେଣ୍ଡିପଦା ଅଞ୍ଚଳରେ । ସୂଚନା…
ଅମାନିଆଙ୍କ ଠାରୁ ଆଦାୟ ହେଲାଣି ୭୬ ଲକ୍ଷ ଟଙ୍କା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କରୋନା ଦ୍ରୁତ ଗତିରେ କାୟା ବିସ୍ତାର କରୁଥିବା ବେଲେ ଏହି ଦ୍ରୁତ ଗତିରେ ବ୍ରେକ୍ ଲଗାଇବା ପାଇଁ ଲକଡାଉନ୍ ଓ ସପ୍ତାହନ୍ତ…
ଶାଳିଆପତନିକୁ ଗିଳି ନାଗ ମଲା ଅନୁଗୁଳ – ଖାଦ୍ୟ ଲୋଭରେ ଏକ ବଡ ଶାଳିଆପତନିକୁ ଗିଳି ଏକ ପାଞ୍ଚ ଫୁଟର ନାଗ ସାପର ମୃତ୍ୟୁ ହୋଇଛି । ଏଭଳି ଘଟଣା ଅନୁଗୋଳ ସହର…