ମୁଖ୍ୟ ଖବର ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ Angul OnlineJune 20, 2023June 20, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ବନ୍ତଳା ବନାଞ୍ଚଳ ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମର ଅରୁଣ ପଧାନ ନିଜ ବଗିଚାରେ ବାଡ଼ ଦେଉଥିବା ବେଳେ ଏକ ଦନ୍ତା ହାତୀ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ସେହିପରି ବଡ଼ କନ୍ତକୂଳ ପଂଚାୟତର ସାନକନ୍ତକୂଳ ଗ୍ରାମର ଶ୍ରୀନିବାସ ସାହୁ (୭୦) ଆଜି ଘର ନିକଟକୁ କୌଣସି କାମରେ ଯାଇଥିବା ସମୟରେ ହାତୀ ହାବୁଡ଼ରେ ପଡି ଯାଇଥିଲେ । ଫଳରେ ହାତୀ ତାଙ୍କୁ ଦଳି ଦେଇଥିଲା । ଏହା ଜଣା ପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି । Advertisement
ବୃଦ୍ଧଙ୍କୁ ଦଳିଦେଲା ଦନ୍ତା ଅନୁଗୁଳ – ଅନୁଗୁଳ ଜିଲ୍ଲା ନଳଚନ୍ଦ୍ରପୁର ଗ୍ରାମରେ ହାତୀ ଆକ୍ରମଣରେ ଏକ ଗୋରୁ ସହ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ବଅଁରପାଳ ବ୍ଲକ୍ ଅନ୍ତର୍ଗତ ଗଡସନ୍ତ୍ରୀ…
ଅବସର ପ୍ରାପ୍ତ ଅଧକ୍ଷଙ୍କ କବିତାକୁ ଉତ୍ତେଜନା – ଥାନାର ଦ୍ଵାରସ୍ଥ ହେଲେ ଗ୍ରାମବାସୀ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦାର ଜଣେ ଅବସରପ୍ରାପ୍ତ ପ୍ରିନ୍ସପାଲଙ୍କ ସୋସିଆଲ ମିଡିଆରେ ଲେଖା ଯାଇଥିବା କବିତାକୁ ନେଇ ଛେଣ୍ଡିପଦା ଗ୍ରାମବାସୀ ଥାନାର ଦ୍ଵାରସ୍ଥ ହୋଇଛନ୍ତି ।…
ପାଠ ପଢିବାକୁ ଯାଇଥିଲେ , ଶବ ହୋଇ ଫେରିଲେ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ କଞ୍ଜରା ଗ୍ରାମର ଛାତ୍ର ଶୁଭ୍ରାଂଶୁ ଦେହୁରୀ (ପିପୁ) ଜେଇ ମେନ ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୯୯.୩୪% ରଖି ସାରା…