ଅପରାଧ ପଚାଷ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ଡେପୁଟି ଏକ୍ସକ୍ୟୁଟିଭ ଇଞ୍ଜିନିୟର Angul OnlineAugust 11, 2023August 11, 2023 ଅନୁଗୁଳ – ଭିଜିଲାନ୍ସ ଜାଲରେ ଅନୁଗୁଳ ଲିଫ୍ଟ ଇରିଗେସନ ଡିପାର୍ଟମେଣ୍ଟର ଡେପୁଟି ଏକ୍ସକ୍ୟୁଟିଭ ଇଞ୍ଜିନିୟର ଶରତ କୁମାର ପ୍ରଧାନ ।ଦୁଇଟି ଲିଫ୍ଟ ଇରିଗେସନର ଇଲେକ୍ଟ୍ରିକାଲ ଏଷ୍ଟିମେଟ ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସରେ କାବୁ କଲା ଭିଜିଲାନ୍ସ ଟିମ । ସୁଚନା ଅନୁସାରେ ଅନୁଗୁଳ ଖଲାରୀ ଗାଁର ଠିକାଦାର ଶ୍ରୀକାନ୍ତ ଦେହୁରୀଙ୍କ ଦୁଇଟି ଲିଫ୍ଟ ଇରିଗେସନ କରିବାର ଅଛି । ଏଥିପାଇଁ ଡେପୁଟି ଏକ୍ସକ୍ୟୁଟିଭ ଇଞ୍ଜିନିୟର ଶରତ କୁମାର ପ୍ରଧାନ ଏଷ୍ଟିମେଟ କରିବାକୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଫଳରେ ଶ୍ରୀକାନ୍ତ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ଆଉ ଆଜି ଯୋଜନା ଅନୁଯାୟୀ ଡେପୁଟି ଏକ୍ସକ୍ୟୁଟିଭ ଇଞ୍ଜିନିୟର ଶରତ କୁମାର ପ୍ରଧାନଙ୍କୁ ଅଫିସରେ ଶ୍ରୀକାନ୍ତ ଟଙ୍କା ଦେବା ସମୟରେ ଭିଜିଲାନ୍ସ ଟିମ ତାଙ୍କୁ କାବୁ କରିଥିଲେ । ଏହାପରେ ଭିଜିଲାନ୍ସ ବିଭାଗ ତାଙ୍କୁ ଅଟକ ରଖିବା ସହ ତାଙ୍କ ବାସଭବନରେ ଚଢାଉ କରିଛି । Advertisement
ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ବାଗଡିଆ ଥାନା ଅନ୍ତର୍ଗତ କଣଲୋଇରୁ କୋଡାନାଳି ଯାଇଥିବା ରାସ୍ତାର ନୁହୁରାଣୀ ନାଳ ନିିକଟରେ ଏକ ମହୁଲ ଗଛ ମୁଳରୁ ଅଜଣା ଯୁବକଙ୍କ…
ଧାନ ଚୋର କରିବାକୁ ଯାଇ ଖୁଣ୍ଟରେ ବନ୍ଧା ହେଲେ ଯୁବକ ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦରଥାନା ଅନ୍ତର୍ଗତ ବେନ୍ତପୁର ଗ୍ରାମର ଧାନ ମିଲରୁ ଧାନ ବସ୍ତା ଚୋରି କରିବା ବେଳେ ଯୁବକ ଧରା ପଡ଼ିବା ପରେ ତାଙ୍କୁ…
ମହିଳାଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ ଅନୁଗୁଳ – ଅନୁଗୁଳ ଜିଲ୍ଲା ହେମସୁରପଡା ଠାରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଠାକୁର ଘରେ ପୂଜା କରୁଥିବା ବେଳେ ଜଣେ ମହିଳାଙ୍କ…