ମୁଖ୍ୟ ଖବର ଟ୍ରାଫିକ ଇନସ୍ପେକ୍ଟରଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଜବତ Angul OnlineJanuary 12, 2024January 12, 2024 ଅନୁଗୁଳ – ଭିଜିଲାନ୍ସ ଜାଲରେ ତାଳଚେର ଟ୍ରାଫିକ ଇନସ୍ପେକ୍ଟର । ଟ୍ରାଫିକ ଇନସ୍ପେକ୍ଟର ଜିତେନ୍ଦ୍ର ବେହେରାଙ୍କ ନିକଟରୁ ୨୪ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । କାରରେ ତାଳଚେରରୁ ଅସ୍ତରଙ୍ଗ ଯିବା ବାଟରେ ବାଲିଅନ୍ତା ତ୍ରିନାଥ ବଜାର ନିକଟରୁ ୧୧ଲକ୍ଷ ୧୫ ହଜାର ୪୭୦ ଟଙ୍କା ସହ ସେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଜିତେନ୍ଦ୍ର । ତେବେ ଧରାପଡିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ ଜିତେନ୍ଦ୍ର । ଆୟ ବହିର୍ଭୁତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ ୨ଟି ସ୍ଥାନରେ ଏକକାଳିନ ଚଢାଉ କରିଛି ଭିଜିଲାନ୍ସ । ତାଙ୍କର ତାଳଚେର ଭଡା ଘରୁ ୩ଲକ୍ଷ ୮ହଜାର ୭୫୦ ଟଙ୍କା ଜବତ ହୋଇଥିବା ବେଳେ ୩୩୬ଗ୍ରାମ ସୁନା ଜବତ ହୋଇଛି । ସେହିପରି ଅସ୍ତରଙ୍ଗ ଘରୁ ୧୦ଲକ୍ଷ ଜବତ କରିଛି ଭିଜିଲାନ୍ସ । ମୋଟ ୨୪ଲକ୍ଷ ୨୮ ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିବା ସୂଚନା ମିଳିଛି । ବର୍ତ୍ତମାନ ପାରାଦୀପ ସ୍ଥିତ ତାଙ୍କ ଭାଇଙ୍କ ଘରେ ଚଢାଉ ଚାଲିଛି । Advertisement
ଟ୍ରଲର ଧକ୍କାରେ ଦୁଇ ମୃତ ପାଲଲହଡା – ପରିବାର ଲୋକଙ୍କ ଗହଣରେ ଆସନ୍ତାକାଲି ପାଳିଥାନ୍ତେ ଆଲୋକର ପର୍ବ ଦୀପାବଳି । କିନ୍ତୁ ତା’ ପୂର୍ବରୁ ଘରକୁ ଅନ୍ଧାର କରି ଚାଲିଗଲେ ସେମାନେ ।…
ନକଲି ମୃଦୁ ପାନୀୟ (ଲିଚି) କାରଖାନା ସିଲ କଲା ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ହାଟତୋଟା ଠାରେ ଥିବା ଏକ ନକଲି ମୃଦୁ ପାନୀୟ କାରଖାନାରେ ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚଢ଼ାଉ…
ହାଇୱେ ଡକାୟତି ଯୋଜନାକୁ ଭଣ୍ଡୁର କରିଲା ପୁଲିସ – ଡକାୟତ ଗ୍ୟାଙ୍ଗ ଗିରଫ , ୪ଟି ଦେଶୀ ପିସ୍ତଲ ଜବତ ଅନୁଗୁଳ – ଜିଲ୍ଲାରେ ଅପରାଧ ନିୟନ୍ତ୍ରଣ କରିବାକୁ ପୁଲିସ ଜିରୋ ଟୋଲେରାନ୍ସ ମୁଡ ଆଭିମୁଖ୍ୟ ରେ ଅଗଷ୍ଟ ୧ ତାରିଖରୁ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଛି ।…