ଆଞ୍ଚଳିକ ସ୍କୁଲ ପରିସରରୁ ୬ ଫୁଟର ଅଜଗର ସାପ ଉଦ୍ଧାର Angul OnlineOctober 23, 2021October 23, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ଓ.ପି ଜିନ୍ଦଲ ସ୍କୁଲରୁ ୬ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି । ଓ.ପି ଜିନ୍ଦଲ ସ୍କୁଲ ପରିସରରେ ଅଜଗରକୁ ଦେଖି ସ୍କୁଲ କର୍ତ୍ତୁପକ୍ଷ ଏ ସମ୍ପର୍କରେ ଅନୁଗୁଳର ସର୍ପମିତ୍ର ଆଦିତ୍ୟ ବେହେରାଙ୍କୁ ଜଣାଇଥିଲେ । ଖବର ପାଇ ଆଦିତ୍ୟ ତାଙ୍କ ସାଥୀ ସର୍ପଉଦ୍ଧାରକାରୀ ରାଧାମୋହନ ସାହୁ ଓ ବିଜୁ ଭୋଇଙ୍କ ସହ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏହି ସାପ ଉଦ୍ଧାରକାରୀ ମାନେ ସୁରକ୍ଷିତ ଭାବେ ସାପଟିକୁ ଉଦ୍ଧାର କରିବା ସହ ଅନୁଗୁଳ ବନାଞ୍ଚଳ ଅଧିକାରୀ ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କୁ ଏ ସମ୍ବନ୍ଧରେ ସୂଚନା ଦେଇଥିଲେ । ପରବର୍ତ୍ତୀ ସମୟରେ ବନାଞ୍ଚଳ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବନପାଳ ଗୌରହରୀ ନାଏକଙ୍କ ଉପସ୍ଥିତିରେ ସୁସ୍ଥ ଅଜଗରକୁ ନିକଟସ୍ଥ ସୁରକ୍ଷିତ ପ୍ରାକୃତିକ ଆବାସସ୍ଥଳୀରେ ଛାଡି ଦିଆଯାଇଥିଲା । Advertisement
ଟ୍ରକ ଧକ୍କାରେ ମହିଳା ମୃତ ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଜରପଡା ଥାନା ଦେଈ ଯାଇଥିବା ଅନୁଗୋଳ ସମ୍ବଲପୁର 55ନଂ ଜାତୀୟ ରାଜପଥର ଭାଗିରଥିପୁର ଛକରେ ରବିବାର ଟ୍ରକ ଧକ୍କାରେ ଜଣେ…
କେନାଲରେ ବୁଡି ଶିଶୁ ମୃତ ଅନୁଗୁଳ – ଅନୁଗୋଳ ସହର ଉପକଣ୍ଠ ହେମସୁରପଡା କେନାଲରେ ବୁଡି ଆଜି ଜଣେ ଶିଶୁର ମୃତ୍ଯୁ ହୋଇଛି । ହେମସୁରପଡା କେନାଲ ହୁଡାରେ ଦୁଇ ଶିଶୁ ଖେଳୁଥିବା…
ପୂର୍ବତନ ମନ୍ତ୍ରୀ ଅଦ୍ୱୈତ ପ୍ରସାଦ ସିଂହଙ୍କ ତ୍ରୟୋଦଶତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ଅନୁଗୁଳ – ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଅଦ୍ୱୈତ ପ୍ରସାଦ ସିଂହଙ୍କ ତ୍ରୟୋଦଶତମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ଆଜି ଅନୁଗୁଳ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମ କରା ଯାଇଛି…