ଆଞ୍ଚଳିକ ସ୍କୁଲ ପରିସରରୁ ୬ ଫୁଟର ଅଜଗର ସାପ ଉଦ୍ଧାର Angul OnlineOctober 23, 2021October 23, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ଓ.ପି ଜିନ୍ଦଲ ସ୍କୁଲରୁ ୬ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି । ଓ.ପି ଜିନ୍ଦଲ ସ୍କୁଲ ପରିସରରେ ଅଜଗରକୁ ଦେଖି ସ୍କୁଲ କର୍ତ୍ତୁପକ୍ଷ ଏ ସମ୍ପର୍କରେ ଅନୁଗୁଳର ସର୍ପମିତ୍ର ଆଦିତ୍ୟ ବେହେରାଙ୍କୁ ଜଣାଇଥିଲେ । ଖବର ପାଇ ଆଦିତ୍ୟ ତାଙ୍କ ସାଥୀ ସର୍ପଉଦ୍ଧାରକାରୀ ରାଧାମୋହନ ସାହୁ ଓ ବିଜୁ ଭୋଇଙ୍କ ସହ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏହି ସାପ ଉଦ୍ଧାରକାରୀ ମାନେ ସୁରକ୍ଷିତ ଭାବେ ସାପଟିକୁ ଉଦ୍ଧାର କରିବା ସହ ଅନୁଗୁଳ ବନାଞ୍ଚଳ ଅଧିକାରୀ ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କୁ ଏ ସମ୍ବନ୍ଧରେ ସୂଚନା ଦେଇଥିଲେ । ପରବର୍ତ୍ତୀ ସମୟରେ ବନାଞ୍ଚଳ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବନପାଳ ଗୌରହରୀ ନାଏକଙ୍କ ଉପସ୍ଥିତିରେ ସୁସ୍ଥ ଅଜଗରକୁ ନିକଟସ୍ଥ ସୁରକ୍ଷିତ ପ୍ରାକୃତିକ ଆବାସସ୍ଥଳୀରେ ଛାଡି ଦିଆଯାଇଥିଲା । Advertisement
ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଅନୁଗୁଳ – ଅନୁଗୁଳ ଠାରେ “ଆମ ପ୍ରତିଭା ଆମ ସ୍ବାଭିମାନ” ସଙ୍ଗଠନ ଦ୍ବାରା ” ମେଧାବୀ ସମ୍ବର୍ଦ୍ଧନା ଉତ୍ସବ – ୨୦୨୨ ” କାର୍ଯ୍ୟକ୍ରମ ପାଳନ ହୋଇ…
କୂଅ ଭିତରୁ ମିଳିଲା ମୃତଦେହ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ଖିଣ୍ଡା ଗ୍ରାମରେ କୂଅରେ ପଡ଼ି ଜଣଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ଘର ଖିଣ୍ଡା ଗ୍ରାମରେ…
ଗାଁରେ ମାତିଛି ଭାଲୁ – ଭୟଭୀତ ଅଞ୍ଚଳବାସୀ କିଶୋରନଗର – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଏବଂ କିଶୋରନଗର ଅଞ୍ଚଳରେ ଏବେ ଭାଲୁ ଭୟ ଘାରିଛି । ଗତ ଏକ ମାସ ଭିତରେ ଭାଲୁ ଆକ୍ରମଣରେ ପ୍ରାୟ…