ମୁଖ୍ୟ ଖବର ପୋଖରୀରେ ବୁଡି ବାଳକ ମୃତ୍ୟୁ Angul OnlineMay 7, 2021May 7, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ହମାମିରା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ପୋଖରୀକୁ ଗାଧୋଇବା ପାଇଁ ଯାଇ ଥିବା ବେଳେ ପାଣିରେ ବୁଡି ଗାଁର ଜଣେ ୧୦ବର୍ଷ ବାଳକର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ , ହମାମିରା ଗ୍ରାମର ସୁଶୀଳ ସାହୁଙ୍କ ପୁଅ ସୁନୀଲ ଦିନ ପ୍ରାୟ ସାଢେ଼ ୧୧ଟା ବେଳକୁ ଗ୍ରାମରେ ଥିବା ବଡ଼ବନ୍ଧକୁ ଗାଧୋଇବା ପାଇଁ ଯାଇଥିଲେ । ତେବେ ଦୀର୍ଘ ସମୟ ଧରି ସେ ଘରକୁ ଫେରିନଥିଲେ । ପୋଖରୀ ହୁଡ଼ାରେ ସୁନୀଲଙ୍କ ପୋଷାକ ଓ ଚପଲ ପଡିଥିବା ଦେଖି ଲୋକଙ୍କ ମନରେ ସନ୍ଦେହ ହୋଇଥିଲା । ଫଳରେ ପୋଖରୀ ମଧ୍ୟରେ ଖୋଜାଖୋଜି କରିବା ପରେ ତା ଭିତରୁ ସୁନୀଲକୁ ଉଦ୍ଧାର କରାଯାଇଥିଲା । ସୁନୀଲକୁ ତୁରନ୍ତ ବନ୍ତଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଏହି ଘଟଣାରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି । Advertisement
ପତ୍ନୀହନ୍ତା ସ୍ୱାମୀକୁ ଆଜୀବନ କାରାଦଣ୍ଡ ଅନୁଗୁଳ – ପତ୍ନୀହନ୍ତା ସ୍ୱାମୀକୁ ଆଜୀବନ କାରାଦଣ୍ଡାଦେଶ । ସୂଚନା ଅନୁସାରେ ଅନୁଗୁଳ ନାଲକୋନଗର ଥାନା ନାଲକୋର ସନ୍ଦୀପ ପ୍ରେବୋଧ କେର୍କେଟା ଇଲେକ୍ଟ୍ରିକାଲ ଇଂଜିନିୟର ଭାବେ କାମ…
ଜିଲ୍ଲା ଆଇଆଇସି ଓ ଏସ୍ଆଇ ସ୍ତରରେ ଅଦଳବଦଳ ଅନୁଗୋଳ – ଅନୁଗୋଳ ଜିଲ୍ଲା ଆଇଆଇସି ଓ ଏସ୍ଆଇ ସ୍ତରରେ ଗୁରୁବାର ଏକ ବଡ଼ ଧରଣର ଅଦଳବଦଳ ହୋଇଛି । ନୂଆ ବର୍ଷରେ ନୂଆ ଏସ୍ପି ଭାବେ…
ପୁଣି ତିନି ଦୋକାନ ସିଲ କଲା ପ୍ରଶାସନ ଅନୁଗୁଳ – ଆକ୍ସନ ମୁଡ଼ରେ ପ୍ରଶାସନ । ସହରର ବଜାର ଭିତରେ ଥିବା କିଛି ଦୋକାନ ବାରମ୍ବାର ତାଗିଦ କରିବା ସତ୍ୱେ ରାସ୍ତା ଉପରେ ଆବର୍ଜନା ପକାଇ…