ମୁଖ୍ୟ ଖବର ଅଜଣା ଗାଡି ଧକ୍କାରେ ଜଣେ ମୃତ, ତିନି ଗୁରୁତର Angul OnlineJune 27, 2022June 27, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ମେଡିକାଲ ନିକଟସ୍ଥ ୧୪୯ ନଂ ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପରିବାରର ତିନିଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ୍ ମୋଟଙ୍ଗା ଥାନା ସୁରଭି ଗ୍ରାମର ସଂସାରୀ ପେଣ୍ଠୋଇ ଓ ସ୍ତ୍ରୀ ରିଲି ପେଣ୍ଠୋଇ ଦୁଇ ପୁଅକୁ ଧରି ଶ୍ୱଶୁର ଘରୁ ଗ୍ରାମକୁ ଫେରୁଥିଲେ । ବଅଁରପାଳ ମେଡିକାଲ ସମ୍ମୁଖ ରାସ୍ତାରେ ବିପରୀତ ଦିଗରୁ ଆସୁଥିବା ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ରିଲିଙ୍କ ଉପରେ ଚଢି ଯାଇଥିଲା । ରାସ୍ତାଘାଟ ଶୂନଶାନ ଥିବାରୁ ଧକ୍କା ଦେଇ ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । କିଛି ସମୟ ପରେ ସ୍ଥାନୀୟ ଲୋକ ପହଁଞ୍ଚିବା ପରେ ଆହତ ମାନଙ୍କୁ ବଅଁରପାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ସମସ୍ତେ ଗୁରୁତର ଥିବାରୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରାଯାଇଛି । ସେଠାରେ ଡାକ୍ତର ରିଲିଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ବଅଁରପାଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । Advertisement
ଚଳିତ ବର୍ଷ ୪ ଟନ ଓଜନର ଲଡୁ ହେବ ନିଲାମ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରେ ବେଶ୍ ଧୁମଧାମରେ ପାଳିତ ହେଉଛି ଗଣପର୍ବ ଗଣେଶ ପୂଜା । ଯେଉଁଥିପାଇଁ ଚଳଚଞ୍ଚଳ ହୋଇଛି ପୁରା ସହର । ୨୭…
ବାଜିବନି ଡିଜେ ଫୁଟିବନି ବାଣ ଅନୁଗୁଳ – ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଅନୁଗୁଳରେ ଗଣେଶ ପୂଜା ନିମନ୍ତେ ପ୍ରସ୍ତୁତି…
ଗାଡି ସାଇଡମରା ପାଇଁ ହୋଇଥିଲା ଗୋଡାଇ ଗୋଡାଇ ଛୁରାମାଡ – ୧୦ ଜଣଙ୍କୁ ଗିରଫ କଲା ପୁଲିସ ଅନୁଗୁଳ – ଗତ ଦୁଇ ଦିନ ତଳେ ଅନୁଗୁଳ ସହରରେ ଯୁବକଙ୍କୁ ଗୋଡାଇ ଗୋଡାଇ ଛୁରା ମାଡ ଘଟଣାର ପର୍ଦାଫାସ କରିଛି ପୁଲିସ । ଗାଡି ସାଇଡମରା…