ଆଞ୍ଚଳିକ ପଦ୍ମଫୁଲ ତୋଳିବାକୁ ଯାଇ ଜଣେ ମୃତ Angul OnlineNovember 22, 2022November 22, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଟାଙ୍ଗିରୀ ଗାଁ ନିକଟରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଗାଡ଼ିଆକୁ ପଦ୍ମ ଫୁଲ ତୋଳିବାକୁ ଯାଇଥିବା ବେଳେ ଜଣେ ବ୍ୟକ୍ତିଙ୍କର ପାଣିରେ ବୁଡି ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବାଗଡ଼ିଆ ଗାଁର ଜୟ ସେଠୀ ନାମକ ଜଣେ ୫୬ ବର୍ଷୀୟ ବ୍ୟକ୍ତି ଅନ୍ୟ ଜଣଙ୍କ ସହ ପଦ୍ମଫୁଲ ତୋଳିବାକୁ ଟାଙ୍ଗିରୀ ଯାଇଥିଲେ । ଟାଙ୍ଗିରୀ – ପାଟକୁମୁଣ୍ଡା ରାସ୍ତାରେ ଥିବା ଏକ ଗାଡ଼ିଆରୁ ପଦ୍ମଫୁଲ ତୋଳିବାକୁ ଜୟ ପାଣିରେ ପଶିଥିଲେ । ତେବେ ଫୁଲ ତୋଳିବା ବେଳେ ଗଭୀର ପାଣିକୁ ଚାଲି ଯାଇଥିବା ବେଳେ ସେ ଆଉ ପାଣିରୁ ବାହାରି ପାରି ନଥିଲେ । ଏହା ଦେଖି ସାଙ୍ଗରେ ଯାଇଥିବା ବ୍ୟକ୍ତି ଜଣଙ୍କ ସେଠାରୁ ପଳାଇ ଥିବା ବେଳେ କିଛି ସମୟ ପରେ ସେହି ରାସ୍ତାରେ ଯାଉଥିବା ଲୋକ ଜୟଙ୍କୁ ପାଣିରେ ବୁଡି ଥିବା ଦେଖି ଉଦ୍ଧାର କରିଥିଲେ । ତେବେ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା । ଖବର ପାଇ ବାଗଡ଼ିଆ ଫାଣ୍ଡି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି । Advertisement
ଏମ.ବି.ଏ. ଓ ଏମ.ଏଫ.ସି. ବିଭାଗ ତରଫରୁ ” ଉପଭୋକ୍ତା ଶିକ୍ଷା ଅଧିକାର” ଉପରେ ଆଲୋଚନା ଚକ୍ର ଅନୁଗୁଳ – ଅନୁଗୁଳ ସ୍ୱୟଂଶାସିତ ମହାବିଦ୍ୟାଳୟ ରେ ଏମ.ବି .ଏ ଏବଂ ଏ ଏଫ ସି ବିଭାଗ ତରଫରୁ “ଉପଭୋକ୍ତା ଶିକ୍ଷା ଅଧିକାର” ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ…
ସାତକୋଶିଆରେ ଘଡ଼ିଆଳର ମୃତ୍ୟୁ ଅନୁଗୋଳ – ଅନୁଗୋଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ବିଲୁପ୍ତ ପ୍ରାୟ ଘଡ଼ିଆଳ ପ୍ରଜାତିର କୁମ୍ଭୀରର ସାତକୋଶିଆ ମହାନଦୀ ଗଣ୍ଡରେ ମୃତ୍ୟୁ ହୋଇଛି । ଗତକାଲି ସନ୍ଧ୍ୟାରେ…
ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ଅନୁଗୁଳ – ଅନୁଗୁଳ ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ଏକ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି । ଅନୁଗୁଳ…