ମୁଖ୍ୟ ଖବର ପାଣିରେ ବୁଡି ଗ୍ରାମରକ୍ଷୀଙ୍କ ମୃତ୍ୟୁ Angul OnlineJuly 24, 2021July 24, 2021 ପାଲଲହଡ଼ା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ସିବିଡା ଗ୍ରାମର ଏକ ନାଳରେ ବୁଡି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ପାଲଲହଡ଼ା ଥାନାରେ କାର୍ଯ୍ୟ କରୁଥିବା ଗ୍ରାମରକ୍ଷୀ ସୁନା ଠାକୁର ବୋଲି ଜଣା ପଡିଛି । ସୂଚନା ଅନୁସାରେ ସୁନା ଗତ କାଲି ଠାରୁ ଗାଧୋଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ଖୋଜାଖୋଜି କରିବା ପରେ ତାଙ୍କ ମୃତ ଦେହ ଗାଁ ନିକଟସ୍ଥ ନାଳରେ ଭାସୁ ଥିବାର ଦେଖା ଯାଇଥିଲା । ପରିବାର ଲୋକ ତାକୁ ଉଦ୍ଧାର କରି ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି । Advertisement
ଭାଙ୍ଗିଲା ୧୦ ବର୍ଷର ରେକର୍ଡ – ଅନୁଗୁଳ ସବୁଠୁ ଉତ୍ତପ୍ତ ଅନୁଗୁଳ – ଓଡ଼ିଶାର ଉତ୍ତପ୍ତ ସହର ହୋଇଛି ଅନୁଗୁଳ । ରବିବାର ସହରର ତାପମାତ୍ରା ୪୦.୧ ଡିଗ୍ରୀ ରେକର୍ଡ଼ କରାଯାଇଛି । ଏହା ରାଜ୍ୟର ସବୁଠୁ ଅଧିକ…
୨ଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ ସହ ନୂତନ ଗୃହ ନିର୍ମାଣ ପାଇଁ ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ ସହ ନୂତନ ଗୃହ ନିର୍ମାଣ ପାଇଁ ଭୂମିପୂଜନ କରିବା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା…
ଗୁଟଖା ବିକୁଥିବା ଦୋକାନ ୫ ହଜାର ଟଙ୍କା ଜୋରିମାନା ଅନୁଗୁଳ – ଅନୁଗୁଳ ଜିଲ୍ଲା ଜନ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ସହରର ବିଭିନ୍ନ ଦୋକାନରେ ଚଢାଉ କରା ଯାଇଥିଲା । ଅନୁଗୁଳ ବସଷ୍ଟାଣ୍ଡଠାରୁ ଆରମ୍ଭ କରି…