ଅନଲାଇନ ଏକ୍ସକ୍ଲୁସିଭମୁଖ୍ୟ ଖବର ନିଆରା ଢଙ୍ଗରେ ଅଲମ୍ପିକ୍ସ ଶୁଭେଚ୍ଛା Angul OnlineJuly 23, 2021July 23, 2021 ଅନୁଗୁଳ – ଜାପାନର ଟୋକିଓରେ ଆଜି(ଶୁକ୍ରବାର) ଠାରୁ ଅଲମ୍ପିକ ମ୍ୟାଚ୍ ଆରମ୍ଭ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭାରତରୁ ମଧ୍ୟ ବିଭିନ୍ନ ବିଭାଗରେ କ୍ରୀଡାବିତ ଅଂଶଗ୍ରହଣ କରିଛନ୍ତି । ଭାରତର ସମସ୍ତ ଖେଳାଳିଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି ଅନୁଗୁଳ ଜଣେ ସମାଜସେବୀ ତଥା ଚିତ୍ରଶିଳ୍ପୀ ସୁଶାନ୍ତ କୁମାର ଦାସ । ସୁଶାନ୍ତ ପ୍ରାୟ ୩୪ ଘଣ୍ଟା ପରିଶ୍ରମ କରି ୨୫୪୩ ଦିଆସିଲି କାଠିର ସହାୟତାରେ ଅଲମ୍ପିକ୍ସ ରିଙ୍ଗ ପ୍ରସ୍ତୁତ କରି ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ଯାହାକି ବେଶ୍ ଆକର୍ଷଣୀୟ ହୋଇଛି । ଭାରତ ଦେଶ ଅଲମ୍ପିକ୍ସରେ ଭଲ ପ୍ରଦର୍ଶନ କରିବା ସହ ପଦକ ହାସଲ କରିବା ପାଇଁ ସେ ଶୁଭକାମନା ଜଣାଇଛନ୍ତି । ଯୁବ ଓ ସ୍ପୋର୍ଟସ ବିଭାଗ ଭାରତ ସରକାରଙ୍କ ଦ୍ୱାରା ସାରା ଦେଶରେ ପ୍ରଚେଷ୍ଟା ହୋଇଥିବା “ଚିୟର ଇଣ୍ଡିଆ ” ସ୍ଲୋଗାନ ଦେଇ ଭାରତୀୟ ଖେଳାଳିଙ୍କୁ ଉତ୍ସାହିତ କରିଛନ୍ତି । ଅନୁଗୁଳ ଜିଲ୍ଲାର ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ସଂଯୋଜକ ପ୍ରଦୀପ କୁମାର ସମେତ ଜିଲ୍ଲାର ବହୁ ବ୍ୟକ୍ତି ପ୍ରଶଂସା କରିଥିବା ବେଳେ ଧନ୍ୟବାଦ ଦେଇଛନ୍ତି । Advertisement
କାମ କରୁ ନାହିଁ ‘ଅନୁଗୁଳ ବନସାଥୀ ଆପ – ପାଣିରେ ପଡିଲା ଲକ୍ଷାଧିକ ଟଙ୍କା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ହାତୀ ମଣିଷ ଲଢେଇକୁ ରୋକିବା ସହ ବନବିଭାଗର ଲୋକମାନଙ୍କ ସହ ସମ୍ପର୍କକୁ ଦ୍ଵିଗୁଣିତ କରିବାକୁ ଆରମ୍ଭ ହୋଇଥିଲା ‘ଅନୁଗୁଳ ବନସାଥୀ ଆପ‘…
ରାସ୍ତା ଗିଳୁଛି ମୁଣ୍ଡ – ବର୍ଷେ ଭିତରେ ୨୫% ଦୁର୍ଘଟଣା ବୃଦ୍ଧି ଅନୁଗୁଳ – ବେପରୁଆ ଗାଡ଼ି ଚାଳନା ଏବଂ ସୁରକ୍ଷାକୁ ଅଣଦେଖା ଯୋଗୁ ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି । ପ୍ରତି ବର୍ଷ ଦୁର୍ଘଟଣାରେ ପ୍ରାଣ ହରାଉଥିବା…
ବୃଦ୍ଧା ମା’କୁ ମାଡ ମାରୁଛନ୍ତି ଅବସରପ୍ରାପ୍ତ ଶିକ୍ଷକ – ଭିଡିଓ ଭାଇରାଲ ଅନୁଗୁଳ – ଅନୁଗୁଳ ଜିଲ୍ଲାରୁ ଆସିଛି ଏକ ଅଭାବନୀୟ ଦୃଶ୍ୟ । ବୃଦ୍ଧା ମାଙ୍କୁ ମାଡ ମାରୁଛି ଶିକ୍ଷିତ ପୁଅ । ଯେ କି ପେସାରେ ଜଣେ…