ଆଞ୍ଚଳିକ ଖଣିରେ ଦୁର୍ଘଟଣା – ଜଣେ ମୃତ Angul OnlineJuly 8, 2022July 8, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଭୁବନେଶ୍ୱରି କୋଇଲା ଖଣିରେ ଦୁର୍ଘଟଣା ଯୋଗୁଣ ଜଣଙ୍କର ମୃତ୍ୟୁ ହୋଇଛି । ଦୁଇ ଟ୍ରକ ମୁହାଁ ମୁହିଁ ଧକ୍କା ହେବା ଫଳରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟରତ ଜଣେ ଠିକା ଟ୍ରକ ଡ୍ରାଇଭର ଗୁରୁତର ହୋଇପଡ଼ିଥିଲେ । ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ତାଳଚେର ଏମସିଏଲ ସ୍ଥିତ ସେଣ୍ଟ୍ରାଲ ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଢେଙ୍କାନାଳ ଜିଲ୍ଲା କଙ୍କଡାହାଡର ବ୍ରଜ ମୋହନ ସାମଲ ବୋଲି ଜଣାପଡିଛି । ସୂଚନା ଅନୁସାରେ ବ୍ରଜମୋହନ ଠିକା ସଂସ୍ଥାର ଏକ ଟ୍ରକରେ କୋଇଲା ପରିବହନ ପାଇଁ ଅନନ୍ତ ସାଇଡିଂକୁ ଯାଉଥିବାବେଳେ ସେଠାରେ ଆଉ ଏକ ଟ୍ରକ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା । ଖବରପାଇ ଘଟଣାସ୍ଥଳରେ ପରିବାର ପହଁଚିଲା ପରେ କ୍ଷତିପୂରଣ ବାବଦ ଏମସିଏଲ ପକ୍ଷରୁ ସମସ୍ତ ଟଙ୍କା ଓ ପରିବାରର ଜଣଙ୍କୁ ଠିକା ସଂସ୍ଥାରେ ନିଯୁକ୍ତି ପ୍ରତିଶୃତି ଦେଲାପରେ ଶବ ବ୍ୟବଚ୍ଛେଦ ପାଇଁ ପରିବାର ଲୋକେ ରାଜି ହୋଇଥିଲେ । Advertisement
ମେଡ଼ିକାଲ କଲେଜର ପରିଚାଳନା ରାଜ୍ୟ ସରକାର ନିଅନ୍ତୁ – କାଳନ୍ଦୀ ତାଳଚେର – ଓଡ଼ିଶା ଲୋକଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ମହାନଦୀ କୋଲ ଫିଇଲ୍ଡ(ଏମସିଏଲ) ଦ୍ୱାରା ପ୍ରତିଷ୍ଠିତ ସ୍ଥାନୀୟ ତାଳଚେର ମେଡ଼ିକାଲ…
ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଅଦ୍ୱୈତ ପ୍ରସାଦ ସିଂହଙ୍କ ଜନ୍ମ ଶତବାର୍ଷିକୀ ପାଳିତ ଅନୁଗୋଳ – ଅନୁଗୋଳ ଜିଲ୍ଲାର ବରପୁତ୍ର ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଅଦ୍ୱୈତ ପ୍ରସାଦ ସିଂହଙ୍କ ଜନ୍ମ ଶତବାର୍ଷିକୀ ଉପଲକ୍ଷେ ଏକାଧିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଥମେ…
ସମର୍ପଣ ଏକାଡେ଼ମୀରେ ଶିଶୁ ଦିବସ-ସ୍ନେହ ଓ ମମତା ସହିତ ଶିଶୁଙ୍କୁ ଗଢିବା ଅନୁଗୁଳ – ଶିଶୁ ବିକାଶର ଚାବିକାଠି ହେଉଛି ଭାବ ପ୍ରବଣ ସୁରକ୍ଷା । ଯେତେବେଳେ ପିଲାଙ୍କୁ ସମ୍ମାନ ଦିଆଯାଏ ଏବଂ ସେମାନଙ୍କ ମତାମତକୁ ଗୁରୁତ୍ୱ ଦିଆଯାଏ, ସେମାନେ…