ସମସ୍ୟା ପ୍ରଶାସନ କଲା ଅଣଦେଖା – ନିଜେ ଅଣ୍ଟା ଭିଡିଲେ ଗ୍ରାମବାସୀ Angul OnlineSeptember 23, 2021September 23, 2021 ଆଠମଲ୍ଲିକ – ଗତ ଲଘୁଚାପ ବର୍ଷା ଯୋଗୁଁ ପ୍ରବଳ ପାଣି ସୁଅରେ ପୋଲ କ୍ଷତିଗ୍ରସ୍ତ ହୋଇଥିଲା । ଫଳରେ ସେହି ରାସ୍ତା ଉପରେ ନିର୍ଭର କରୁଥିବା ଲୋକ ଯିବା ଆସିବା କରିବାରେ ହଇରାଣ ହେଲେ । ଏଥିପାଇଁ ଅଞ୍ଚଳବାସୀ ପ୍ରଶାସନକୁ ଅବଗତ କରାଇ ବିପଦସଙ୍କୁଳ ଅବସ୍ଥାରେ ଥିବା ପୋଲର ତୁରନ୍ତ ମରାମତି ପାଇଁ ଦାବି କରିଥିଲେ । ହେଲେ ପ୍ରଶାସନ ସେ ଦିଗରେ ପଦକ୍ଷେପ ନେଇ ନଥିଲା । ଫଳରେ ବାଧ୍ୟହୋଇ ସ୍ଥାନୀୟ ଲୋକେ ନିଜେ ଏକାଠି ହୋଇ ପୋଲ ମରାମତି କରିଛନ୍ତି । ଏପରି ଘଟଣା ଦେଖିବାକୁ ମିଳିଛି ଆଠମଲ୍ଲିକ ବ୍ଲକ ମଇମୁରା ପଞ୍ଚାୟତ ପିତାଳିବାହାଳ ବିପ୍ରଡିହ ରାସ୍ତାରେ । ଏହି ରାସ୍ତାରେ ଥିବା ବଡତଇଲା ପୋଲ ଜଙ୍ଗଲ ବିଭାଗ ଅଧୀନରେ ରହିଥିବା ବେଳେ ଏହି ରାସ୍ତା ଉପରେ ପିତାଳିବାହାଳ, ବିପ୍ରଡିହ, ତରଣ୍ଡା ଆଦି ଗ୍ରାମବାସୀ ଯାତାୟତ ପାଇଁ ନିର୍ଭରଶୀଳ । ତେବେ ବର୍ଷା ଯୋଗୁଁ ବଡତଇଲା ନାଳ ଉପରେ ଥିବା ପୋଲର କିଛି ଅଂଶ ଧୋଇ ଯାଇଥିଲା । ପ୍ରଶାସନ ଏହାର ମରାମତି କରୁ ନ ଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ତେଣୁ ମଙ୍ଗଳବାର ତରଣ୍ଡା ଓ ବିପ୍ରଡିହ ଗ୍ରାମବାସୀ ଏକଜୁଟ ହୋଇ ପୋଲ ମରାମତି କରିଛନ୍ତି । ଏହି ରାସ୍ତାକୁ ପୂର୍ତ୍ତ ବିଭାଗରେ ଅନ୍ତର୍ଭୁକ୍ତ କରି ପିଚୁ କରିବାକୁ ଗ୍ରାମବାସୀ ବହୁବାର ଜିଲ୍ଲା ପ୍ରଶାସନ ଠାରେ ଅଭିଯୋଗ କରିଥିଲେ ମଧ୍ୟ ଏଥପ୍ରତି ଦୃଷ୍ଟି ଦିଆଯାଉ ନାହିଁ । ତୁରନ୍ତ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି । Advertisement
ଖଣି ପ୍ରଭାବିତ ଅଞ୍ଚଳର ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ବୈଠକ – ବିରୋଧ ଯୋଗୁଁ ଅଧାରୁ ବନ୍ଦ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଝିଣ୍ଟିପାଳ ମନ୍ଦିର ପରିସରରେ ରବିବାର ଖଣି ପାଇଁ ପ୍ରଭାବିତ ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ଏକ…
ଅନୁଗୁଳରେ ଚାଲିବ ଅଟୋ-ଆମ୍ବୁଲାନ୍ସ – କରୋନା ଆକ୍ରାନ୍ତଙ୍କୁ ମେଡିକାଲ ନେବ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଏବେ ସହର ଅପେକ୍ଷା ଗାଁ ମାନଙ୍କରେ କରୋନା ଆକ୍ରାନ୍ତ ସଂଖ୍ୟା ଅଧିକ ବାଢୁଛି । ସେହି ଗାଁ ଆକ୍ରାନ୍ତ ମାନଙ୍କୁ ଡାକ୍ତରଖାନା…
ଡାଳୁଅ ଧାନରେ ଅଜଣା ରୋଗ – ଚିନ୍ତାରେ ଚାଷୀ ଆଠମଲ୍ଲିକ – ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତର ତିତିରିକଟା ଗ୍ରାମରେ ଡାଳୁଅ ଧାନ ଚାଷରେ ଅଜଣା ରୋଗ ଧରିଛି । ଏହାଦ୍ଵାରା ଗ୍ରାମର…