ଭଲ ଖବର ଅନୁଗୁଳରେ ପ୍ରତିଷ୍ଠା ହେବ ଆଉ ଏକ କେନ୍ଦ୍ରୀୟ ବିଦ୍ୟାଳୟ Angul OnlineMay 9, 2021May 9, 2021 ଭୁବନେଶ୍ୱର – ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ଆଉ ଏକ କେନ୍ଦ୍ରୀୟ ବିଦ୍ୟାଳୟ । ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇ ଏହା କହିଛନ୍ତି । ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଓ ସୁଭଦ୍ରା ଅଞ୍ଚଳରେ ଗୋଟିଏ ସେଣ୍ଟ୍ରାଲ୍ ସ୍କୁଲ ହେବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏମସିଏଲ୍ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ଏନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର ପ୍ରଧାନ । ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲାରେ ତିନିଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ନେଇ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିଲେ ଧର୍ମେନ୍ଦ୍ର ପ୍ରଧାନ । ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାରେ ଦୁଇଟି ସେଣ୍ଟ୍ରାଲ ସ୍କୁଲ ପ୍ରତିଷ୍ଠା ଦ୍ୱାରା ଖଣି ଖାଦାନ ଅଞ୍ଚଳରେ ଛାତ୍ରଛାତ୍ରୀ ଗୁଣାତ୍ମକ ଶିକ୍ଷା ପାଇପାରିବେ । ସ୍ଥାନୀୟ ଲୋକଙ୍କ ଆଶା ଓ ଆକାଂକ୍ଷା ବି ପୂରଣ ହୋଇପାରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି । Advertisement
ଅନୁଗୁଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୋଡ଼ି ହେବ ଇଣ୍ଟିଗ୍ରେଟେଡ୍ ଲ” ପାଠ୍ୟକ୍ରମ ଅନୁଗୋଳ – ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ପାଇଁ ଖୁସି ଖବର । ପ୍ରଥମଥର ପାଇଁ କଲେଜ ଶିକ୍ଷା ବ୍ୟବସ୍ଥାରେ ‘ଆଇନ୍’ ପାଠ୍ୟକ୍ରମ ଯୋଡ଼ି ହେବାକୁ ଯାଉଛି…
ନିଜେ ଚାଲିଗଲେ ,ହେଲେ ଅଙ୍ଗଦାନ କରି ଆଉ ତିନି ଜଣଙ୍କ ଜୀବନ ବଞ୍ଚାଇ ଦେଲେ ରିତେଶ ଅନୁଗୁଳ – ନିଜେ ଚାଲିଗଲେ , ହେଲେ ଆଉ ତିନି ଜଣଙ୍କ ଜୀବନ ବଞ୍ଚାଇଦେଲେ । ଅଙ୍ଗଦାନ କରି ଅମର ହୋଇଗଲେ ରିତେଶ । ହୋଲି ଦିନ…
ଜାତୀୟ ମୁଥୁତାଇ ପ୍ରତିଯୋଗିତାରେ ଚମକିଲେ ଅନୁଗୁଳ ପ୍ରତିଯୋଗୀ – ହାତେଇଲେ ୬ ସ୍ୱର୍ଣ୍ଣ ପଦକ ଅନୁଗୁଳ – ଜାତୀୟ ସ୍ତରୀୟ ମୁଥୁତାଇ ପ୍ରତିଯୋଗିତାରେ ଅନୁଗୁଳ ଜିଲ୍ଲାର ପ୍ରତିଯୋଗୀଙ୍କୁ ସଫଳତା ମିଳିଛି । ମଧ୍ୟପ୍ରଦେଶରେ ଆୟୋଜିତ ଜାତୀୟ ମୁଥୁତାଇ ଚାମ୍ପିଅନସିପ ୨୦୨୨ରେ ଓଡ଼ିଶାର ପ୍ରଦର୍ଶନ…