ଅପରାଧ ସମ୍ପତ୍ତି ପାଇଁ ଭାଇକୁ ମରଣାନ୍ତକ ଆକ୍ରମଣ Angul OnlineAugust 4, 2022August 4, 2022 ଅନୁଗୁଳ – ସମ୍ପତ୍ତି ବିବାଦକୁ ନେଇ ମରଣାନ୍ତକ ଆକ୍ରମଣ । ଜଣେ ଭାଇର ଆକ୍ରମଣରେ ଆଉ ଜଣେ ଭାଇ ଗୁରୁତର ଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତର ଖାନା ପଠା ଯାଇଛି । ସୂଚନା ଅନୁସାରେ ଅନୁଗୁଳ ସହର ବଜାର ଛକର ବିଶାଳ ଅଗ୍ରୱାଲ ନାମକ ଜଣେ ବ୍ୟକ୍ତିଙ୍କ ତାଙ୍କ ଭାଇ ମାନଙ୍କ ସହ ପୈତୃକ ସମ୍ପତ୍ତିକୁ ନେଇ ପୂର୍ବରୁ ବିବାଦ ରହି ଥିଲା । ଯାହାକୁ କେନ୍ଦ୍ର କରି ଶ୍ୟାମ ସୁନ୍ଦର ଅଗ୍ରୱାଲ ଓ ଗୋବିନ୍ଦ ଅଗ୍ରୱାଲ ତାଙ୍କୁ ଆକ୍ରମଣ କରିଥିବା ନେଇ ତାଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି । ସେ ଦୋକାନ କୁ ଆସୁଥିବା ବେଳେ ସେମାନେ କୌଣସି ଧାରୁଆ ଅସ୍ତ୍ରରେ ତାଙ୍କ ମୁଣ୍ଡକୁ ହାଣି ଦେଇଛନ୍ତି । ତାଙ୍କୁ ପ୍ରଥମେ ଅନୁଗୁଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ପଠାଯାଇଛି । ଏନେଇ ଅନୁଗୁଳ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । Advertisement
କୁକୁରକୁ ହତ୍ୟା ଅଭିଯୋଗ ଅନୁଗୁଳ – ପୋଷା କୁକୁରକୁ ପୁଅ ପରି ପାଳିଥିଲେ । ଛୋଟ ବେଳରୁ ସ୍ନେହ ଅଜାଡି ବଡ କରିଥିଲେ । ଚାରି ବର୍ଷରେ ଘରର ସହସ୍ୟ ପାଳଟି…
ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରୁ ଲୁଟ ଉଦ୍ୟମ – ଲୁଟେରାଙ୍କ ଆକ୍ରମଣରେ ଜଣେ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ୪ ଜଣ ଦୁର୍ବୃତ୍ତ ଲୁଟ ଉଦ୍ୟମ କରିଥିବା ବେଳେ ସୌଭାଗ୍ୟ ବଶତଃ ଏଥିରେ ବିଫଳ ହୋଇଛନ୍ତି ।…
ଗଞ୍ଜେଇ ସହିତ ଟ୍ରାକ୍ଟର ଜବତ ଜଣେ ଗିରଫ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ନୂଆଗାଁ ଗ୍ରାମ ପଞ୍ଚାୟତ ଅଞ୍ଚଳରେ ପୁଲିସ ଚଢାଉ କରି ଏକ ବସ୍ତା ଗଞ୍ଜେଇ ଓ ଗୋଟିଏ ଟ୍ରାକ୍ଟର ଜବତ…