ଅପରାଧ ସମ୍ପତ୍ତି ପାଇଁ ଭାଇକୁ ମରଣାନ୍ତକ ଆକ୍ରମଣ Angul OnlineAugust 4, 2022August 4, 2022 ଅନୁଗୁଳ – ସମ୍ପତ୍ତି ବିବାଦକୁ ନେଇ ମରଣାନ୍ତକ ଆକ୍ରମଣ । ଜଣେ ଭାଇର ଆକ୍ରମଣରେ ଆଉ ଜଣେ ଭାଇ ଗୁରୁତର ଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତର ଖାନା ପଠା ଯାଇଛି । ସୂଚନା ଅନୁସାରେ ଅନୁଗୁଳ ସହର ବଜାର ଛକର ବିଶାଳ ଅଗ୍ରୱାଲ ନାମକ ଜଣେ ବ୍ୟକ୍ତିଙ୍କ ତାଙ୍କ ଭାଇ ମାନଙ୍କ ସହ ପୈତୃକ ସମ୍ପତ୍ତିକୁ ନେଇ ପୂର୍ବରୁ ବିବାଦ ରହି ଥିଲା । ଯାହାକୁ କେନ୍ଦ୍ର କରି ଶ୍ୟାମ ସୁନ୍ଦର ଅଗ୍ରୱାଲ ଓ ଗୋବିନ୍ଦ ଅଗ୍ରୱାଲ ତାଙ୍କୁ ଆକ୍ରମଣ କରିଥିବା ନେଇ ତାଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି । ସେ ଦୋକାନ କୁ ଆସୁଥିବା ବେଳେ ସେମାନେ କୌଣସି ଧାରୁଆ ଅସ୍ତ୍ରରେ ତାଙ୍କ ମୁଣ୍ଡକୁ ହାଣି ଦେଇଛନ୍ତି । ତାଙ୍କୁ ପ୍ରଥମେ ଅନୁଗୁଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ପଠାଯାଇଛି । ଏନେଇ ଅନୁଗୁଳ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । Advertisement
ଠକେଇ କରି ବନ୍ଧା ହେଲେ ସ୍ଵାମୀ-ସ୍ତ୍ରୀ ଅନୁଗୁଳ – କମ୍ ଦାମରେ ରାଶନ ସାମଗ୍ରୀ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇ ଠକେଇ କରିଥିବା । ଅଭିଯୋଗରେ ବଅଁରପାଳ ବନ୍ଦା ଗ୍ରାମର ବିନୋଦିନୀ ମୁଦୁଲି ଓ…
ଚୋରି ଅଭିଯୋଗରେ ୭ ଗିରଫ ଅନୁଗୋଳ – ଅନୁଗୋଳ ଥାନା ଅନ୍ତର୍ଗତ କଲେଜ କ୍ବାର୍ଟରର ଆଜବେଷ୍ଟସ୍ ଭାଙ୍ଗି ଚୋରି ଅଭିଯୋଗରେ ପୁଲିସ ବୁଧବାର ୭ ଜଣଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ସୂଚନା…
ସ୍ତ୍ରୀକୁ ହତ୍ୟା ଘଟଣା, ପୁଲିସ ହତ୍ୟାକାରୀ ସ୍ୱାମୀକୁ ନେଇ କଲା ସିନ୍ ରିକ୍ରିଏସନ ଅନୁଗୁଳ – ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ତୁରଙ୍ଗ ଅଞ୍ଚଳରେ ଗତ କାଲି ସ୍ତ୍ରୀ ହତ୍ୟା କରି ଫେରାର୍ ହୋଇ ଯାଇଥିବା ସ୍ୱାମୀକୁ ଧରିଲା ପୁଲିସ ।…