ଅପରାଧ ଦୁଇ ଏଟିଏମ ଲୁଟ ଉଦ୍ୟମ ବିଫଳ Angul OnlineSeptember 2, 2021September 2, 2021 ଅନୁଗୁଳ – ଅନୁଗୁଳ ସହର ଉପରେ ଥିବା ଦୁଇଟି ଏଟିଏମ ଭାଙ୍ଗି ଦୁର୍ବୃତ୍ତ ମାନେ ଟଙ୍କା ଲୁଟ ଉଦ୍ୟମ କରିଥିବା ବେଳେ ଏଥିରେ ବିଫଳ ହୋଇଛନ୍ତି । ତେବେ ପୂର୍ବରୁ ଜିଲ୍ଲାର ସଦର ମହକୁମାର ଦୁଇଟି ବଡ ବଡ ବ୍ଯାଙ୍କ ଲୁଟ ଓ ଗତ ବର୍ଷ ଦୁଇଟି ଏଟିଏମ ଲୁଟ ହୋଇଥିବା ବେଳେ ଦୀର୍ଘଦିନ ବ୍ୟବଧାନରେ ପୁଣି ଏଟିଏମ ଲୁଟେରାଙ୍କ ଏଭଳି ଉଦ୍ୟମ ପୁଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ସୂଚନା ଅନୁସାରେ ଅନୁଗୁଳ ସହରର ଅମଲାପଡ଼ା ସ୍ଥିତ ଇଣ୍ଡିଆନ ଓଭରସିସ ବ୍ୟାଙ୍କ ଓ କାନାଡ଼ା ବ୍ୟାଙ୍କ୍ ର ଏଟିଏମ୍ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଡି ଲୁଟ କରିବାକୁ ଉଦ୍ୟମ କରିଥିଲେ । ତେବେ କ୍ୟାସ୍ ଟ୍ରେ ନ କାଟି ପାରି ଟଙ୍କା ଲୁଟିବାରେ ବିଫଳ ହୋଇଥିଲେ । ବିଳମ୍ବିତ ରାତିରେ ଏହି ଲୁଟ ହୋଇଥିବା ଜଣା ପଡିଥିବା ବେଳେ ଏ ନେଇ ଅନୁଗୁଳ ଥାନାରେ ଅଭିଯୋଗ ହୋଇଛି । ପୁଲିସ ସିସି ଟିଭି ଆଧାରରେ ତଦନ୍ତ କରୁଛି । Advertisement
ଡକାୟତି ଉଦ୍ୟମ ବେଳେ ମାଡି ବସିଲା ପୁଲିସ – ୪ ଡକାୟତ ଗିରଫ ଅନୁଗୁଳ – ଅନୁଗୁଳ ସହରରେ ଡକାୟତି ପାଇଁ ଯୋଜନା କରୁଥିବା ବେଳେ ଖବର ପାଇ ଅନୁଗୁଳ ପୁଲିସ ଚଢାଉ କରି ୪ ଜଣ ଡକାୟତଙ୍କୁ ଗିରଫ କରିବାକୁ…
ବିପୁଳ ପରିମାଣର ବେଆଇନ ବାଣ ଜବତ – ଦୁଇ ଅଟକ ବେଆଇନ ବାଣ କାରଖାନା ଉପରେ ପୁଲିସର ଚଢାଉ । କାରଖାନାର ଲାଇସେନ୍ସ ନ ଥିବା ଜଣାପଡିଛି । ଜବତ ସାମଗ୍ରୀର ମୂଲ୍ୟ ଲକ୍ଷାଧିକ ଟଙ୍କା । ଛେଣ୍ଡିପଦା –…
ବେଆଇନ ଆଣ୍ଟିଜେନ ଟେଷ୍ଟ କରି ଜଣେ ଗିରଫ ଅନୁଗୁଳ – ଅନୁଗୁଳ ସହର ଓ ଆଖପାଖ ଅଞ୍ଚଳରେ ଆଣ୍ଟିଜେନ କିଟ୍ ମାଧ୍ୟମରେ ବେଆଇନ ଭାବେ କୋଭିଡ ପରୀକ୍ଷା କରୁଥିବା ଜଣେ ଯୁବକଙ୍କୁ ପୁଲିସ ଗିରଫ କରିଛି…