ଖେଳ ଓ ଖେଳାଳି ପାଲଲହଡା କପ – ବାଗଡିଆ ଚମ୍ପିୟାନ Angul OnlineNovember 2, 2021November 2, 2021 ପାଳଲହଡ଼ା – ଅନୁଗୁଳ ଜିଲ୍ଲା ପାଳଲହଡ଼ା ଷ୍ଟାଡିୟମ ଠାରେ ଚାଲିଥିବା ରାଜ୍ୟସ୍ତରୀୟ ପାଳଲହଡ଼ା କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇ ଯାଇଛି । ୭ ଦିନ ଧରି ଚାଲିଥିବା ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ବାଗଡ଼ିଆ ଓ ସମ୍ବଲପୁର ଟିମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚରେ ବାଗେଡ଼ିଆ ଦଳ ସମ୍ବଲପୁର ଫୁଟବଲ୍ କ୍ଲବକୁ ୧-୦ ଗୋଲରେ ପରାସ୍ତ କରି ଚଳିତବର୍ଷର ଚାମ୍ପିଅନ୍ ହୋଇଥିଲା । ଆୟୋଜକ ଫୁଟବଲ୍ କ୍ଲବର ସଭାପତି ନେତ୍ରାନନ୍ଦ ମହାକୁଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ରାଜ୍ୟ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ମୁଖ୍ୟ ଅତିଥି, ପାଳଲହଡ଼ା ବିଧାୟକ ମୁକେଶ କୁମାର ପାଳ ସ୍ବତନ୍ତ୍ର ଅତିଥି ଓ ସମ୍ମାନିତ ଅତିଥି ରୂପେ ଉପଜିଲ୍ଲାପାଳ ଅଜିତ କୁମାର ପ୍ରଧାନ, ଜିଲ୍ଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ ଆଦି ଉପସ୍ଥିତ ରହି ଖେଳାଳି ମାନଙ୍କୁ ପୁରସ୍କୃତ କରିଥିଲେ । Advertisement
ମନସୁନ୍ କ୍ରିକେଟ୍ ପ୍ରତିଯୋଗିତା ଉଦ୍ଘାଟିତ ଅନୁଗୁଳ – ସ୍ଥାନୀୟ ମା’ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ଆଜି ଉଦ୍ଘାଟିତ ହୋଇଛି ମନ୍ସୁନ କ୍ରିକେଟ୍ ପ୍ରତିଯୋଗିତା । ଏମ୍ବିସିସି ପକ୍ଷରୁ ଆୟୋଜିତ ଏହି ଦୁଇ ଦିନିଆ…
ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟ ଆରମ୍ଭ ଅନୁଗୁଳ – ଓ.ପି ଜିନ୍ଦଲ ଗ୍ରୁପର ପ୍ରତିଷ୍ଠାତା ଶ୍ରୀ ଓମ୍ ପ୍ରକାଶ ଜିନ୍ଦଲ ଜୀଙ୍କ ଜନ୍ମ ବାର୍ଷିକୀ ପାଳନ ଅବସରରେ ଜେଏସପି ଫାଉଣ୍ଡେସନ୍ ଆନୁକୂଲ୍ୟରେ ଆଜି ଠାରୁ…
ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ହାଣ୍ଡିଗୋଡା ଠାରେ ରବିବାର ଏକ ଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ହାଣ୍ଡିଗୋଡା ମା…