ଅପରାଧ ଧାରଣା ଦେଇଥିବା ବୋହୂକୁ ରାତିଅଧିଆ ନିର୍ଧୁମ ମାଡ଼ Angul OnlineDecember 14, 2022December 14, 2022 ଅନୁଗୁଳ – ସ୍ତ୍ରୀର ହକ ପାଇବାକୁ ସ୍ୱାମୀ ଘର ଆଗରେ ଧାରଣା ଦେଇଥିଲା । ହେଲେ ରାତିରେ ଏକୁଟିଆ ପାଇ ନିର୍ଧୁମ ଛେଚିଲେ ସ୍ୱାମୀ , ଶଶୁର , ଶାଶୁ ଆଉ ଦେଢ଼ ଶାଶୁ । ଫଳରେ ଗୁରୁତର ହୋଇ ଏବେ ଡାକ୍ତରଖାନାରେ ଚିକିତ୍ସିତ । ଏଭଳି ଘଟଣା ଘଟିଛି ଅନୁଗୁଳରେ । ସୂଚନା ଅନୁସାରେ ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସାମନ୍ତ ସାହିର ଦିଗାମ୍ବର ବାରିକଙ୍କ ପୁଅ ମାନସ ବାରିକଙ୍କ ସହ ସେ ଭଲପାଇ କୋର୍ଟରେ ବିବାହ କରିଥିଲେ । କିଛି ଦିନ ଭଡ଼ା ଘରେ ରହିଥିଲେ । ତାର କିଛି ଦିନ ପରେ ମାନସ ଜୋସ୍ନାଙ୍କୁ ଭଡା ଘରେ ଛାଡ଼ି ଚାଲିଯାଇଥିଲେ । ଜୋସ୍ନା ମାନସଙ୍କୁ ଚାରି ଆଡେ ଖୋଜାଖୋଜି କରିଥିଲା । ତା ପରେ ଅନୁଗୁଳ ଟାଉନ୍ ଥାନାରେ ଜୋସ୍ନା ଲିଖିତ ଅଭିଯୋଗ କରିଥିଲେ । ଏହି ଅଭିଯୋଗ ପରେ ଜୋସ୍ନାଙ୍କୁ ଶ୍ୱଶୁର ଘର ଲୋକେ ବୋହୁର ମାନ୍ୟତା ଦେଇ ଘରକୁ ନେଇଥିଲେ । କିଛି ଦିନ ହେଲା ଜୋସ୍ନାଙ୍କୁ ଶ୍ୱଶୁର ଘର ଲୋକେ ମାଡ଼ମାରି ଘରୁ ବାହାର କରି ଦେଇଥିଲେ । କୌଣସି ସୁଫଳ ନ ମିଳିବାରୁ ମାନସଙ୍କ ଘର ସମ୍ମୁଖରେ ଧାରଣା ଦେଇଥିଲେ ଜୋସ୍ନା ।ତେବେ ଗତକାଲି ରାତିରେ ଜ୍ୟୋତ୍ସ୍ନାଙ୍କ ଶଶୁର ଘର ଲୋକ ନିର୍ଧୁମ ମାଡ଼ ମାରି ଥିଲେ । ସେମାନଙ୍କ ମାଡରେ ଜ୍ୟୋତ୍ସ୍ନାଙ୍କ ମୁହଁ ହାଡ଼ ଭାଙ୍ଗି ଯାଇଥିବା ବେଳେ ଛାତିରେ ମାଡ଼ ହୋଇଛି । ସେ ଗୁରୁତର ଅବସ୍ଥାରେ ଅନୁଗୁଳ ଥାନାରେ ଅଭିଯୋଗ କରିବା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ତେବେ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସେପଟେ ପୁଲିସ ଜ୍ୟୋତ୍ସ୍ନାଙ୍କ ସ୍ୱାମୀ , ଶଶୁର , ଶାଶୁ ଓ ଦେଢ଼ଶାଶୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । Advertisement
ମହିଳାଙ୍କ ବେକରୁ ଚେନ ଛିଣ୍ଡାଇ ପଳାଉଥିଲେ – ଗାଁ ଲୋକଙ୍କ ହାତରେ ଧରା ପଡି ଛେଚା ଖାଇଲେ ଜରପଡା – (ANGUL ONLINE)- ଅନୁଗୁଳ ଜିଲ୍ଲା ଜରପଡା ଥାନା ଜରପଡା ଗାଁ ଭିତରୁ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଛିଣ୍ଡାଇ ଦୁଇ ଜଣ ଦୁର୍ବୃତ୍ତ…
୧୦ ଟଙ୍କା ରିଚାର୍ଜ କରି ହରାଇଲେ ୭୦ ହଜାର ଟଙ୍କା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ସାଇବର ଠକଙ୍କ ହାବୁଡରେ ପଡି ଜଣେ ବ୍ୟକ୍ତି ଆକାଉଣ୍ଟରୁ ତାଙ୍କ ହରାଇଛନ୍ତି । ସୂଚନା ଅନୁସାରେ କପ୍ତିପଦା , ଜୟଘୁଣ୍ଟିଆ…
ପିଲା ଚୋର ସନ୍ଦେହରେ ପୁଲିସକୁ ମାଡ – ଗାଁରେ ଉତ୍ତେଜନା ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସଞ୍ଜପଡା ଗାଁରେ ଆଜି ଏକ ଅସ୍ଵାବାଭିକ ପରିସ୍ଥିତି ସୃଷ୍ଟି ହୋଇଛି । ଚୋର ଧରିବାକୁ ପୁଲିସ ସାଧା ପୋଷାକରେ…