ଅପରାଧ ଏଟିମ ଭାଙ୍ଗି ଟଙ୍କା ଲୁଟ ଉଦ୍ୟମ Angul OnlineAugust 21, 2022August 21, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲାକୁ ପୁଣି ଥରେ ଏଟିଏମ ଲୁଟେରାଙ୍କ ଲୋଲୁପ ଦୃଷ୍ଟି ପଡିଛି । ଗତ ଦୁଇ ବର୍ଷ ତଳେ ବାରମ୍ବାର ଏଟିଏମ ଭାଙ୍ଗି ଲୁଟ ହୋଇଥିବା ବେଳେ ପୁଲିସ ଲୁଟେରା ମାନଙ୍କୁ ଧରିବାରେ ସକ୍ଷମ ହୋଇଥିଲା ବୋଲି କହିଥିଲା । ତେବେ ଦୀର୍ଘ ଦିନ ବ୍ୟବଧାନରେ ଜିଲ୍ଲାରେ ପୁଣି ଥରେ ଏଟିଏମ ଲୁଟେରା ମାନେ ଏଟିଏମ ଭାଙ୍ଗି ଟଙ୍କା ଲୁଟ କରିବାକୁ ଚେଷ୍ଟା କରିଛନ୍ତି । ସୂଚନା ଅନୁସାରେ ବିଳମ୍ବିତ ରାତିରେ ଛେଣ୍ଡିପଦା ଥାନା ନୂଆଁଗାଁ ଠାରେ ଥିବା ଏସ ବି ଆଇ ଶାଖାର ଏଟିଏମ କୁ ଲୁଟେରା ମାନେ ଭଙ୍ଗାରୁଜା କରିଛନ୍ତି । ଏଟିଏମ ମେସିନର ସାମ୍ନା ପଟ ସେମାନେ ଶାବଳରେ ଭାଙ୍ଗି ଥିବା ବେଳେ ଟଙ୍କା ଲୁଟ ହୋଇଛି କି ନାହିଁ ତାହା ଜଣା ପଡି ନାହିଁ । ସ୍ଥାନୀୟ ଲୋକ ଏଟିଏମ ଭଙ୍ଗା ଯାଇଥିବା ଦେଖି ପୁଲିସକୁ ସୂଚନା ଦେଇଛନ୍ତି । ପୁଲିସ ଓ ବ୍ୟାଙ୍କ କର୍ମଚାରୀ ଆସିବା ପରେ ଟଙ୍କା ଲୁଟ ହୋଇଛି ନା ନାହିଁ ଜଣା ପଡିବ । Advertisement
ଘରୁ ଲୁଟ ପରେ ମହିଳାଙ୍କୁ ହତ୍ୟା !! ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋନଗର କଲୋନୀର ଏକ କ୍ବାଟରରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ମିଳିବା ପରେ ଏହା ଚୋରି ପରେ…
ଲୁଟ ବାହାନାରେ ଟଙ୍କା ହଡ଼ପ – ନିଜ ଜାଲରେ ଫସିଲେ ଯୁବକ ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ପିସ୍ତଲ ଦେଖାଇ ବିଦ୍ୟୁତ ବିଲ ସଂଗ୍ରହକାରୀଙ୍କ ଠାରୁ ଦୁର୍ବୁତ୍ତ ମାନେ ୮୨ ହଜାର ଟଙ୍କା ଲୁଟିନେଇଥିବା…
ତାଲା ଭାଙ୍ଗି ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ତାଳବେଡା ଗ୍ରାମରେ ଭଡାରେ ରହୁଥିବା ଆଦିତ୍ୟ ଦାସଙ୍କ ଘରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି । ସୂଚନା ଅନୁଯାୟୀ ଗତକାଲି ଆଦିତ୍ୟ…