ମୁଖ୍ୟ ଖବର ହାଇୱା ଧକ୍କାରେ ଭାଇ ମୃତ , ଭଉଣୀ ଗୁରୁତର Angul OnlineMarch 31, 2022March 31, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କାଣ୍ଡସର ସ୍କୁଲ ସାହିଠାରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଭାଇର ମୃତ୍ୟୁ ଘଟିଥିବା ବେଳେ ଭଉଣୀ ଗୁରୁତର ହୋଇଥିବା ଜଣା ପଡିଛି । ସୂଚନା ଅନୁସାରେ, ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ କୁଲେଇ ଗାଁର ଅନ୍ତର ଭୁତିଆଙ୍କ ପୁଅ ଅନିଲ ଏବଂ ଝିଅ ଅର୍ଚ୍ଚିତା ମୋଟରସାଇକେଲରେ ସ୍ଥାନୀୟ ଚନ୍ଦ୍ରବାହାଲସ୍ଥିତ ମାମୁଁ ଘରକୁ ଯାଉଥିଲେ । କାଣ୍ଡସର ସ୍କୁଲ ସାହି ଠାରେ ମୋଟରସାଇକେ ରାସ୍ତା ଉପରକୁ ଉଠିବା ବେଳେ ଭାରସାମ୍ୟ ହରାଇ ପଡ଼ି ଯାଇଥିଲା । ଏହି ସମୟରେ ସାମ୍ନାରୁ ଆସୁଥିବା ଏକ ହାଇୱା ସେମାନଙ୍କ ଉପରେ ଚଢ଼ି ଯାଇଥିଲା । ଫଳରେ ଘଟଣାସ୍ଥଳରେ ଭାଇ ଅନୀଲର ମୃତ୍ୟୁ ହୋଇଥିଲା । ଗୁରୁତର ଅବସ୍ଥାରେ ଅର୍ଚ୍ଚିତାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଅନୀଲଙ୍କ ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ କରୁଛି । Advertisement
ଯୌନ ନିର୍ଯାତନା ଦେବା ଅଭିଯୋଗରେ ଅଭିଯୁକ୍ତକୁ ସଶ୍ରମ କାରାଦଣ୍ଡ ଅନୁଗୁଳ – ୨୦୨୦ ମସିହାରେ ଜଣେ ନାବାଳିକାକୁ ଜୋର ଜବରଦସ୍ତ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଅତିରିକ୍ତ ଜିଲ୍ଲା ଓ ସେସନ ଜଜ କମ…
ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ ତାଳଚେର – ତାଳଚେର ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇସେନ୍ସ ଆଣ୍ଡ ରିସର୍ଚ୍ଚ(ମିମସାର) ଓ ଡାକ୍ତରଖାନା ଖୋଲିବା ଦାବିରେ ଆଜି ତାଳଚେରରେ ୧୨ ଘଣ୍ଟିଆ ଡାକରା ଦିଆ…
ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବଙ୍ଗାଲିତଇଲା ଗାଁରେ ହତ୍ୟାକାଣ୍ଡ ଘଟିଯାଇଛି । ପାରିବାରିକ କଳହ ଯୋଗୁଁ ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିଛି ।…