ମୁଖ୍ୟ ଖବର ବିଦ୍ୟୁତ ଆଘାତରେ ଭାଇ ମୃତ ଓ ଭଉଣୀ ଗୁରୁତର ଆହତ Angul OnlineSeptember 6, 2021September 6, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଗାଁ ମହାରଣାସାହିରେ ସୋମବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଭାଇର ମୃତ୍ୟୁ ହୋଇ ଥିବା ବେଳେ ଉଦ୍ଧାର କରିବାକୁ ଯାଇ ଭଉଣୀ ଗୁରୁତର ହୋଇଥିବା ଜଣା ପଡିଛି । ମୃତ ଯୁବକ ଜଣକ ହେଲେ ୨୫ ବର୍ଷୀୟ ଚନ୍ଦ୍ରଶେଖର ମହାରଣା ହୋଇଥିବା ବେଳେ ଆହତ ହୋଇଥିବା ତାଙ୍କ ସାନ ଭଉଣି ଶୁଭ ମହାରଣା । ସୂଚନା ଅନୁସାରେ ବାନା ମହାରଣାଙ୍କ ପୁଅ ଚନ୍ଦ୍ରଶେଖର ମହାରଣା ଦିନ ୧ଟା ବେଳ ଘରେ ଥିବା ବିଦ୍ୟୁତ ଉପକରଣ ଗୁଡିକ ସଜାଡୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ବିଦ୍ୟୁତ ତାରରେ ଲାଖି ଯାଇଥିଲେ । ଏହା ଦେଖି ତାଙ୍କ ସାନ ଭଉଣୀ ଶୁଭ ମହାରଣା ଭାଇକୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ବିଦ୍ୟୁତ ସଂସ୍ପର୍ଶରେ ଆସିବା ସହିତ ଚିତ୍କାର କରିଥିଲେ । ଶୁଭଙ୍କ ଚିତ୍କାର ଶୁଣି ପଡିଶା ଘର ଲୋକ ବିଦ୍ୟୁତ ତାରକୁ କାଟି ଉଭୟ ଭାଇ ଭଉଣୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ଚନ୍ଦ୍ରଶେଖରଙ୍କୁ ମୃତ ଘୋଷଣା କରିଥିବା ବେଳେ ଭଉଣୀ ଶୁଭ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଖବର ପାଇ ଛେଣ୍ଡିପଦା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଚଲାଇଛି । Advertisement
ତାଳଚେରର ପୁଅ – ୟୁପିଏସସି ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ଦ୍ଵିତୀୟ ଅନୁଗୁଳ – ୟୁପିଏସସି ପରୀକ୍ଷାରେ ଝଟକିଛନ୍ତି ଅନୁଗୁଳ ଜିଲ୍ଲା ତାଳଚେରର ପୁଅ ଅନିମେଶ ପ୍ରଧାନ । ୧ ହଜାର ୧୬ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଦ୍ବିତୀୟ ସ୍ଥାନରେ ବାଜି…
ଅନୁଗୁଳରେ ଅଭାବନୀୟ ଘଟଣା – କୂଅରେ ପକାଇ ୩ ମାସର ଯାଆଁଳା ଶିଶୁଙ୍କୁ ହତ୍ୟା ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବସଲା ପଞ୍ଚାୟତ ମୁଣ୍ଡାଢିପ ଗାଁରେ ବୁଧବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟି ଯାଇଛି । କୌଣସି କାରଣରୁ…
କୁକୁଡା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ – ବିପୁଳ ପରିମାଣର ମଦ ଜବତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରାସିଂହା ଗ୍ରାମରେ ଆଜି ସନ୍ଧ୍ୟାରେ ଅନୁଗୁଳ ସ୍ପେସିଆଲ ସ୍କ୍ୱାର୍ଡ ପୁଲିସ ଚଢାଉ କରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ…