ଅପରାଧ ବ୍ରାଉନସୁଗାର୍ ଓ ଗଞ୍ଜେଇ ଜବତ – ୨ ଗିରଫ Angul OnlineApril 25, 2022April 25, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଅବକାରୀ ବିଭାଗର ସଦର ଏବଂ ମୋବାଇଲ ରେଞ୍ଜ ପକ୍ଷରୁ ଜରପଡା ଓ ନାଲକୋ ଅଞ୍ଚଳରେ ଚଢାଉ କରାଯାଇଥିଲା । ଏହି ଚଢାଉ ବେଳେ ଜରପଡା ଉପର ସାହିର ଆଦିତ୍ୟ ସାହୁଙ୍କ ଠାରୁ ଦଶ କିଲୋ ଗଞ୍ଜେଇ ଜବତ କରାଯିବା ସହ ତାଙ୍କୁ ଗିରଫ କରାଯାଇଛି । ସେ ଗଞ୍ଜେଇ ବେପାର ପାଇଁ ଗଞ୍ଜେଇ ମହଜୁଦ ରଖିଥିବା ଖବର ପାଇ ଅବକାରୀ ବିଭାଗ ଚଢାଉ କରିଥିଲା । ସେହିଭଳି ନାଲକୋ ନିକଟସ୍ଥ ଗିରାଙ୍ଗ ଗାଁରେ ଚଢାଉ କରି ଅବକାରୀ ବିଭାଗ ୧୨୦ ଗ୍ରାମ ବ୍ରାଉନସୁଗାର୍ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଗିରଫ ଭିଯୁକ୍ତ ଜଣଙ୍କ ସେହି ଗାଁର ମୁନା ବେହେରା ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ସେ ଅନେକ ଦିନ ହେଲା ଏହି ବ୍ରାଉନସୁଗାର୍ ବେପାର କରି ଆସୁଥିବା ବେଳେ ଅବକାରୀ ଓ ପୁଲିସ ସ୍କାନରରେ ରହିଥିଲା । ଶେଷରେ ବକରୀ ବିଭାଗ ତାକୁ ଧରିବାରେ ସଫଳ ହୋଇଛି । Advertisement
ଚୋରା ବାଲି ଚାଲାଣ ଅଭିଯୋଗରେ ୫ ଗିରଫ ଅନୁଗୋଳ – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ପୁଲିସ ଶୁକ୍ରବାର ସକାଳେ ବାଲି ଚୋରା ଚାଲାଣ ଅଭିଯୋଗରେ ୫ ଜଣଙ୍କୁ ଗିରଫ କରିବା ସହ ୫ଟି ଟ୍ରକ୍କୁ ଜବତ…
ଇକୋ ପାର୍କ ନିକଟରୁ ୪ ଲକ୍ଷରୁ ଊର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ଜବତ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲାର ମୁଖ୍ୟ ପାର୍କ ନିକଟରୁ ୪୨ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଜଣଙ୍କୁ ଗିରଫ କରା ଯାଇଛି । ଗିରଫ ଅଭିଯୁକ୍ତ…
ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ କାରାଦଣ୍ଡାଦେଶ ଅନୁଗୁଳ – ନାବଳିକାକୁ ଅପହରଣ ଏବଂ ଦୁଷ୍କର୍ମ ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମନା ଆଦେଶ ଦେଇଛନ୍ତି ଅନୁଗୁଳ ଅତିରିକ୍ତ…