ଅପରାଧ ବ୍ରାଉନସୁଗାର ଜବତ – ୩ ଗିରଫ Angul OnlineFebruary 5, 2023February 5, 2023 ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର କୋଲିୟାରୀ ପୁଲିସ ପ୍ରାୟ ତିନି ଗ୍ରାମ ବ୍ରାଉନସୁଗାର ଜବତ କରିଥିବା ବେଳେ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ଡ଼ଅଁରା ଗାଁର ଦିଲ୍ଲୀପ ବେହେରା , ବିରାଦରପଡାର ଅଖି ନାଏକ ଏବଂ ରେଣୁ ନାଏକ । ଅନେକ ଦିନ ହେଲା ତାଳଚେର କୋଳିୟାରୀ ଥାନା ଅଞ୍ଚଳରେ ବ୍ରାଉନସୁଗାର କାରବାର ହେଉଥିବା ବେଳେ ପୁଲିସ ସନ୍ଦେହ କରି ଏମାନଙ୍କ ଉପରେ ନଜର ରଖିଥିଲା । ଆଉ ଆଜି ଗ୍ରାହକ ଅପେକ୍ଷାରେ ଥିବା ବେଳେ ସୂଚନା ପାଇ ପୁଲିସ ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା । ଜାଞ୍ଚ ବେଳେ ସେମାନଙ୍କ ନିକଟରୁ ୨ . ୭୨୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିଲା । ଅଭିଯୁକ୍ତ ମାନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । Advertisement
ବନ୍ଧୁକ ଓ ଭୁଜାଲି ଦେଖାଇ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ନବୀନନଗର ଠାରେ ବନ୍ଧୁକ ଓ ଭୁଜାଲି ଦେଖାଇ ଲୁଗା ବ୍ୟବସାୟୀଙ୍କ ଠାରୁ ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା…
ବିଦ୍ୟାଳୟରୁ ତାଲା ଭାଙ୍ଗି ଚୋରି ବନ୍ତଳା – ଅନୁଗୁକ୍ଳ ଜିଲ୍ଲା ପୁରୁଣାଗଡ଼ ମାଟିଆ ସାହି ପ୍ରାଥମିକ ବିଦ୍ୟାଳୟରୁ ଚୋରି ହୋଇଥିବା ବନ୍ତଳା ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ ସ୍କୁଲର ଶିକ୍ଷକ…
ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଚୋରୀ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ସୂଚନା…