ଅପରାଧ ବ୍ରାଉନସୁଗାର ଜବତ – ୩ ଗିରଫ Angul OnlineFebruary 5, 2023February 5, 2023 ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର କୋଲିୟାରୀ ପୁଲିସ ପ୍ରାୟ ତିନି ଗ୍ରାମ ବ୍ରାଉନସୁଗାର ଜବତ କରିଥିବା ବେଳେ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ଡ଼ଅଁରା ଗାଁର ଦିଲ୍ଲୀପ ବେହେରା , ବିରାଦରପଡାର ଅଖି ନାଏକ ଏବଂ ରେଣୁ ନାଏକ । ଅନେକ ଦିନ ହେଲା ତାଳଚେର କୋଳିୟାରୀ ଥାନା ଅଞ୍ଚଳରେ ବ୍ରାଉନସୁଗାର କାରବାର ହେଉଥିବା ବେଳେ ପୁଲିସ ସନ୍ଦେହ କରି ଏମାନଙ୍କ ଉପରେ ନଜର ରଖିଥିଲା । ଆଉ ଆଜି ଗ୍ରାହକ ଅପେକ୍ଷାରେ ଥିବା ବେଳେ ସୂଚନା ପାଇ ପୁଲିସ ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା । ଜାଞ୍ଚ ବେଳେ ସେମାନଙ୍କ ନିକଟରୁ ୨ . ୭୨୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିଲା । ଅଭିଯୁକ୍ତ ମାନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । Advertisement
ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ – ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲା ଫାଷ୍ଟଟ୍ରାକ୍ ସ୍ପେଶାଲ୍ କୋର୍ଟରେ ବଅଁରପାଳ ଥାନା ଅଞ୍ଚଳର ଏକ ବଳାତ୍କାର ମାମଲାରେ ଆଡ୍ହକ୍ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ପିଆର୍…
କାରର କାଚ ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ ଅନୁଗୁଳ – ଜନ ଗହଳିପୂର୍ଣ୍ଣ ସ୍ଥାନରୁ କାରର କାଚ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ଅନୁଗୁଳ ଜିଲ୍ଲାପାଳ ସମ୍ମୁଖରେ ଏହି ଘଟଣା ଘଟିଥିବା ବେଳେ କାରର ଝରକା…
ମହିଳା ଲୁଟେରା ସମେତ ଦୁଇ ଗିରଫ ତାଳଚେର – ସାହାଯ୍ୟ କରିବାକୁ ଯୁବକଙ୍କୁ ଡାକି ଲୁଟି ନେଲେ ଟଙ୍କା ଓ ସୁନାଚେନ । ଏହି ଲୁଟ ଘଟଣାର ପର୍ଦାଫାସ କରି ଘଟଣାରେ ଜଣେ ଯୁବତୀଙ୍କ…