ଗୋରୁ ବୋଝେଇ ଗାଡି ଦୁର୍ଘଟଣା – ଜଣେ ମୃତ , ଅନେକ ଗୋରୁ ଉଦ୍ଧାର

ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଗୋରୁ ମୃତୁବରଣ କରିଛନ୍ତି।

ଏହାସହ ଅନେକ ଗୋରୁ ଆହତ ହୋଇଛନ୍ତି। କିଆକଟା ପୁଲିସ, ଅଗ୍ନିଶମବାହିନୀ ଏବଂ ପଶୁ ସମ୍ପଦ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲେ । ତେବେ କେଉଁ କାରଣରୁ ଦୁର୍ଘଟଣା ଘଟିଲା ତାହା ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ଗୋରୁ ଚୋରା ଚାଲାଣ କରା ଯାଉଥିବାରୁ ଗାଡିଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସନ୍ଦେହ କରାଅ ଯାଉଛି । ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ କରୁଛି।

Advertisement

Leave a Reply

Your email address will not be published. Required fields are marked *

You cannot copy content of this page