ଆଞ୍ଚଳିକ କଲେଜ ଅଧ୍ୟକ୍ଷଙ୍କ ପରଲୋକ Angul OnlineNovember 7, 2022November 7, 2022 କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଆଲୋକ ରଞ୍ଜନ ପାତ୍ରଙ୍କ ଅକାଳ ବିୟୋଗ ହୋଇଛି । ସୂଚନା ଯେ ଆଲୋକ ରଞ୍ଜନ ପାତ୍ର ଯୁକ୍ତ ୨ ବିଭାଗର ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଥିବାବେଳେ ଦୀର୍ଘ ଦୁଇମାସ ହେଲା ରୋଗ ଶଯ୍ୟାରେ ପଡିଥିଲେ I ତେବେ ତାଙ୍କ ବାସ ଭବନରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ଏହି ଦୁଃଖଦ ଖବର ଜଣା ପଡିବା ପରେ ଛାତ୍ର ଛାତ୍ରୀ ଏବଂ ସ୍ଥାନୀୟ ଲୋକଙ୍କ ମନରେ ଶୋକର ଛାୟା ଖେଳି ଯାଇଛି । ସେ ଜଣେ ମେଳାପି ଏବଂ ଛାତ୍ର ବତ୍ସଳ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗ କଲେଜ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଛାତ୍ରଛାତ୍ରୀ ଓ ସହକର୍ମୀ କହିଛନ୍ତି । Advertisement
ପୁଣି ଦନ୍ତାହାତୀ ମୃତ – ଗୁଳି କରି ହତ୍ୟା ସନ୍ଦେହ ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡାଗାଡି ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ…
ରାଷ୍ଟ୍ରୀୟ ନବବର୍ଷ ପାଳିତ ଅନୁଗୁଳ – ରାଷ୍ଟ୍ରୀୟ ନବବର୍ଷ ପାଳନ ସମିତି ଅଆନୁକୂଲ୍ୟରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ବେଦଭବନଠାରେ ରାଷ୍ଟ୍ରୀୟ ନବବର୍ଷ ପାଳିତ ହୋଇଯାଇଛି । ଗୋବର୍ଦ୍ଧନ ମଠ ପୂରୀ ସନାତନ…
ଆସନ୍ତାକାଲି ଠାରୁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା ତାଳଚେର – ଆସନ୍ତାକାଲି ( ୨୪ ତାରିଖ ) ଠାରୁ ଅନିର୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା ଦିଆ ଯାଇଛି । ୫ ଦଫା…