ଆଞ୍ଚଳିକ କଲେଜ ଅଧ୍ୟକ୍ଷଙ୍କ ପରଲୋକ Angul OnlineNovember 7, 2022November 7, 2022 କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଆଲୋକ ରଞ୍ଜନ ପାତ୍ରଙ୍କ ଅକାଳ ବିୟୋଗ ହୋଇଛି । ସୂଚନା ଯେ ଆଲୋକ ରଞ୍ଜନ ପାତ୍ର ଯୁକ୍ତ ୨ ବିଭାଗର ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଥିବାବେଳେ ଦୀର୍ଘ ଦୁଇମାସ ହେଲା ରୋଗ ଶଯ୍ୟାରେ ପଡିଥିଲେ I ତେବେ ତାଙ୍କ ବାସ ଭବନରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ଏହି ଦୁଃଖଦ ଖବର ଜଣା ପଡିବା ପରେ ଛାତ୍ର ଛାତ୍ରୀ ଏବଂ ସ୍ଥାନୀୟ ଲୋକଙ୍କ ମନରେ ଶୋକର ଛାୟା ଖେଳି ଯାଇଛି । ସେ ଜଣେ ମେଳାପି ଏବଂ ଛାତ୍ର ବତ୍ସଳ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗ କଲେଜ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଛାତ୍ରଛାତ୍ରୀ ଓ ସହକର୍ମୀ କହିଛନ୍ତି । Advertisement
ଢମଣା ଗିଳିଥିବା ବେଳେ ୧୩ ଫୁଟ ଲମ୍ବ ଅହିରାଜ ଉଦ୍ଧାର(ଭିଡିଓ) ଅନୁଗୁଳ – ପୃଥିବୀର ସବୁଠୁ ବଡ (ଲମ୍ବ) ବିଷଧର ସାପ ଅହିରାଜର ପ୍ରିୟ ଖାଦ୍ୟ ସାପ ଓ ସରୀସୃପ । ଏପରି ଏକ ସାପ ଖାଇବାର ଘଟଣା…
ବରିଷ୍ଠ କିରାଣୀଙ୍କ ପରଲୋକ ଅନୁଗୁଳ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ କିରାଣୀ ମିହିର କୁମାର ଜେନାଙ୍କ ପରଲୋକ ହୋଇଛି । ସେ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଦୀର୍ଘ…
ବାଜି ରାଉତ ଛାତ୍ରାବାସରେ ଗାନ୍ଧୀ ଓ ନବକୃଷ୍ଣ ଚିତ୍ର ପ୍ରଦର୍ଶନୀ ଅନୁଗୁଳ- ବାଜି ରାଉତ ଛାତ୍ରାବାସର ପଞ୍ଚସ୍ତରୀ ବର୍ଷ ପୂର୍ତ୍ତି ଅବସରରେ ଛାତ୍ରାବାସ ପରିସରରେ ମହାତ୍ମା ଗାନ୍ଧୀ ଓ ନବକୃଷ୍ଣ ଚୌଧୁରୀଙ୍କର ଏକ ବିଶାଳ ଫଟୋ ଚିତ୍ର ପ୍ରଦର୍ଶନୀ…