ମୁଖ୍ୟ ଖବର ଦୁଇ ଦୁର୍ନୀତିଗ୍ରସ୍ତଙ୍କୁ ବାଧ୍ୟତାମୂଳକ ଅବସର Angul OnlineMarch 16, 2022March 16, 2022 ଭୁବନେଶ୍ୱର – ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ସରକାର ପୁଣି ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୩ ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ୬ ଜଣଙ୍କ ମଧ୍ୟରୁ ଅନୁଗୁଳରେ କାର୍ଯ୍ୟରତ ଦୁଇଜଣ ଅଫିସରଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆ ଯାଇଛି । ଅନୁଗୁଳ ଜିଲ୍ଲା ପୁଲିସ ଇନ୍ସପେକ୍ଟର ଶ୍ରୀ ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଅନୁଗୁଳ ଜିଲ୍ଲାର ପୂର୍ବତନ ଜିଲ୍ଲା କଲ୍ୟାଣ ଅଧିକାରୀ ମିସ୍ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା । ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । Advertisement
ପୋଷାକ ଦୋକାନରେ ଅଗ୍ନିକାଣ୍ଡ ଅନୁଗୁଳ – ଅନୁଗୁଳ ବଜାର ଛକ ସ୍ଥିତ ଏକ ଡ୍ରେସ ଶୋ ରୁମରେ ଅଗ୍ନିକାଣ୍ଡ । ଏହା ଯୋଗୁ ଲକ୍ଷ ଲକ୍ଷ ଟଙ୍କାର ପୋଷାକ ଜଳି ପାଉଁଶ…
ଗାଁକୁ ନ ଯାଇ କମ୍ପାନୀ କରୁଛି ଡ୍ରୋନ ସର୍ଭେ – ଥାନା ଘେରିଲେ ଗ୍ରାମବାସୀ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଜିଏମଡିସି କମ୍ପାନୀର ପ୍ରସ୍ତାବିତ ଖଣି ଅଞ୍ଚଳରେ ଡ୍ରୋନ ମାଧ୍ୟମରେ କମ୍ପାନୀ ସର୍ଭେ କରୁଥିବାବେଳେ ଏହାକୁ ନେଇ କ୍ଷତିଗ୍ରସ୍ତ ଗ୍ରାମବାସୀ ବିରୋଧ…
ସୁନ୍ଦରଗଡ ଗଣହତ୍ୟା ଅଭିଯୁକ୍ତ ଅନୁଗୁଳରୁ ଗିରଫ ଅନୁଗୁଳ – ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ସୁନ୍ଦରଗଡ଼ କରମଡ଼ିହିର ଯାଯାବର ବସ୍ତିର ଘଟଣା । କେଇ ମିନିଟ୍ ମଧ୍ଯରେ ଗଡି ଯାଇଥିଲା ୫ ମୁଣ୍ଡ…