ମୁଖ୍ୟ ଖବର ଦୁଇ ଦୁର୍ନୀତିଗ୍ରସ୍ତଙ୍କୁ ବାଧ୍ୟତାମୂଳକ ଅବସର Angul OnlineMarch 16, 2022March 16, 2022 ଭୁବନେଶ୍ୱର – ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ସରକାର ପୁଣି ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୩ ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ୬ ଜଣଙ୍କ ମଧ୍ୟରୁ ଅନୁଗୁଳରେ କାର୍ଯ୍ୟରତ ଦୁଇଜଣ ଅଫିସରଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆ ଯାଇଛି । ଅନୁଗୁଳ ଜିଲ୍ଲା ପୁଲିସ ଇନ୍ସପେକ୍ଟର ଶ୍ରୀ ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଅନୁଗୁଳ ଜିଲ୍ଲାର ପୂର୍ବତନ ଜିଲ୍ଲା କଲ୍ୟାଣ ଅଧିକାରୀ ମିସ୍ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା । ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । Advertisement
ଅନୁଗୁଳରେ ଲଜ୍ୟା – ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରେ ଲଜ୍ୟା । ପାଲଲହଡା ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ବାଗଡ଼ିଆ ଥାନାରେ ଅଭିଯୋଗ ହୋଇଛି…
ବନ ବିଭାଗର ଘଡିଆଳ ଶାବକ ଚିନ୍ତା ଅନୁଗୁଳ – ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡର ଅକାତ କାତ ପାଣିରେ ହଜି ଯାଇଛନ୍ତି ନବଜାତକ ଘଡ଼ିଆଳ ଶାବକ । ବନ ବିଭାଗ ପକ୍ଷରୁ ବହୁ…
ଲକ୍ଷ୍ମୀ ପୂଜାରେ ବୁଲିବେ ପୁଲିସର ଶକ୍ତି ବାହିନୀ ଅନୁଗୁଳ – ଅନୁଗୁଳରେ ଆଜିଠାରୁ ଆରମ୍ଭ ହୋଇ ଯାଇଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ପୂଜା ପାଇଁ ଅନୁଗୁଳ ସହର ବେଶ ଚଳଚଞ୍ଚଳ ରହିବ । ଏହି…