ମୁଖ୍ୟ ଖବର ଅପାରଗ ଟ୍ୟାକ୍ସ କଲେକ୍ଟରଙ୍କୁ ବାଧ୍ୟତାମୂଳକ ଅବସର Angul OnlineNovember 1, 2022November 1, 2022 ଭୁବନେଶ୍ୱର – ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ପୁଣି ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏଥିରେ ୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ ୬ ଜଣଙ୍କ ପେନ୍ସନ୍ ସ୍ଥାୟୀଭାବେ ସ୍ଥଗିତ , ଜଣେ ସୁପରିନ୍ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନ୍ସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ ଅଛନ୍ତି । 5T ଓ ମୋ ସରକାର ବ୍ୟବସ୍ଥା ରୁ ମିଳିଥିବା ଫିଡ଼ବ୍ୟାକ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି କ୍ରମରେ ତାଳଚେର ପୌରପାଳିକାରେ ପୂର୍ବରୁ କାର୍ଯ୍ୟରତ ଥିବା ଟ୍ୟାକ୍ସ କଲେକ୍ଟର ଶ୍ରୀ କ୍ଷୀରୋଦ ଚନ୍ଦ୍ର ରାଉତଙ୍କୁ ବାଧ୍ୟତାମୂଳକ ଅବସର ଦିଆ ଯାଇଛି । ଅପାରଗତା ଯୋଗୁଁ ତାଙ୍କୁ ଏହି ବାଧ୍ୟତାମୂଳକ ଅବସର ଦିଆ ଯାଇଥିବା ଉଲ୍ଲେଖ କରାଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ ଗତ କିଛି ମାସ ତଳେ ତାଳଚେର ପୌରପାଳିକାର ପୂର୍ବତନ ନିର୍ବାହୀ ଅଧିକାରିଣୀଙ୍କ ନାମରେ ଅଶ୍ଳୀଳ ପୋଷ୍ଟର ବାଣ୍ଟିବା ଅଭିଯୋଗ ଆସିଥିଲା । ଏହି ଅଭଯୋଗ ପରେ ତାଙ୍କୁ ଗିରଫ ମଧ୍ୟ କରା ଯାଇଥିଲା । ତେବେ ସେ ବର୍ତ୍ତମାନ ହିନ୍ଦୋଳ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣା ପଡ଼ିଛି । ଏହି ନିର୍ଦେଶ ପରେ ତାଙ୍କ ପ୍ରତିକ୍ରିୟା ନେବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ପାରି ନାହିଁ । Advertisement
କୂଅ ଭିତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ଥାନା ରାଉତାଳ ଗ୍ରାମର ଏକ ପରିତ୍ୟକ୍ତ କୂଅ ଭିତରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ସୋମବାର …
ଜିଲ୍ଲାରେ ବଢିଛି କରୋନା ଟେଷ୍ଟିଙ୍ଗ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାର ବିଷୟ ପାଲଟିଛି । ଏହାକୁ ଦମନ କରିବାକୁ ଜିଲ୍ଲାପାଳ ବିଭିନ୍ନ ପ୍ରକାର ଯୋଜନା କରିଛନ୍ତି ।…
ମୋବାଇଲ ଚୋର ଧରିବାକୁ ଯିବା ବେଳେ ପୁଲିସକୁ କାମୁଡି ଦେଲା – ୨ ଗିରଫ ପାଲଲହଡ଼ା – ଏକ ଚୋରା ମୋବାଇଲ କିଣିଥିବା ଜଣେ ଯୁବକକୁ ଧରିବାକୁ ଯାଇ ପୁଲିସକୁ ହଟହଟା ହେବା ସହ ଉକ୍ତ ଯୁବକଙ୍କ ଆକ୍ରମଣରେ ଲହୁଲୁହାଣ ହେବାକୁ ପଡିଛି…