ରାଜନୀତି କଂଗ୍ରେସ ଘୋଷଣା କଲା ନଗରପାଳ ପାଇଁ ପ୍ରାର୍ଥୀ Angul OnlineMarch 4, 2022March 4, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା କଂଗ୍ରେସ ପାର୍ଟି ପକ୍ଷରୁ ପୂର୍ବତନ କାଉନସିଲର ତଥା ସମାଜସେବୀ ବଲବୀର ସିଂହଙ୍କୁ ଆସନ୍ତା ପୌର ନିର୍ବାଚନ ପାଇଁ ଅନୁଗୁଳ ନଗରପାଳ ପ୍ରାର୍ଥୀ ରୂପେ ଚୟନ କରାଯାଇଛି । ଶୁକ୍ରବାର ଅନୁଗୁଳ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୁଚନା ଦିଆଯାଇଛି । ଜିଲ୍ଲା କଂଗ୍ରେସ କମିଟି ସଭାପତି ବିପ୍ଳବ ଜେନାଙ୍କ ସମେତ ଏହି ସମ୍ମିଳନୀରେ ଦଳର ଉପସଭାପତି ତପନ ପ୍ରଧାନ , ଓବିଶି ସେଲ ଅଧ୍ୟକ୍ଷ ଜିତେନ୍ଦ୍ର ସାହୁ ଓ ନଗର କଂଗ୍ରେସ ସଭାପତି ସୁଦୀପ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଆସନ୍ତା ପୌର ନିର୍ବାଚନରେ ବଲବୀରଙ୍କ ନେତୃତ୍ୱରେ କଂଗ୍ରେସ ଭଲ ଫଳାଫଳ କରିବ ବୋଲି ଜିଲ୍ଲା ସଭାପତି ବିପ୍ଲବ ଜେନା କହିବା ସହ ଖୁବ ଶୀଘ୍ର କାଉନସିଲର ପ୍ରାର୍ଥୀ ମାନଙ୍କ ନାମ ଘୋଷଣା କରାଯିବ ବୋଲି କହିଛନ୍ତି । Advertisement
ଭାରତୀୟ ଜନତା ପାର୍ଟି ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲା ଆପ୍ ଅନୁଗୁଳ – ଅରବିନ୍ଦ କେଜରିୱାଲଙ୍କୁ ମିଥ୍ୟା ଅଭିଯୋଗରେ ଗିରଫ କରିଥିବା ଏବଂ ଅଭିଯୋଗକାରୀଠାରୁ ଚାନ୍ଦା ଆଦାୟ କରିଥିବା ଭାରତୀୟ ଜନତା ପାର୍ଟି ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…
ନିଜର ଅପାରଗତା ଲୁଚାଇବା ପାଇଁ ରାସ୍ତାରୋକ ଆନ୍ଦୋଳନ ବୋଲି ଅଭିଯୋଗ କଲା ବିଜେପି ଅନୁଗୁଳ – ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ବିଜେପିର ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ଅନୁଗୁଳ ଜିଲ୍ଲା ବିଜେପି ସଭାପତି…
ବିଜେଡି ଟିକେଟରେ ଲଢ଼ିବେ କି ତଥାଗତ ଶତପଥୀ !! ଭୁବନେଶ୍ୱର – ଢେଙ୍କାନାଳ ଲୋକସଭା ଆସନରୁ ପୁଣି ବିଜେଡି ଟିକେଟରେ ଲଢ଼ିବେ କି ତଥାଗତ ଶତପଥୀ ? ନା କୌଣସି ବିଧାନସଭା ଆସନରୁ ବିଧାୟକ ପ୍ରାର୍ଥୀ ହେବେ…